Posted inଅପରାଧ

ସ୍ତ୍ରୀ ଉପରେ ଖରାପ ନଜର ପକାଇବାରୁ ବଡ଼ ଭାଇକୁ ହତ୍ୟା

ଗ୍ରେଟର ନୋଏଡା, ୨୭।୭: ଗ୍ରେଟର ନୋଏଡାର ବିସରଖ ଗ୍ରାମରେ ଜଣେ ଯୁବକଙ୍କ ହତ୍ୟା ମାମଲାରେ ପୋଲିସ ତାଙ୍କ ସାନ ଭାଇକୁ ଗିରଫ କରିଛି। ମୃତକ ଯୁବକଜଣଙ୍କ ପରିବାରର ମହିଳାଙ୍କ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରିବା ସହିତ ତାଙ୍କ ସାନ ଭାଇଙ୍କ ସ୍ତ୍ରୀ ଉପରେ ମଧ୍ୟ ଖରାପ ନଜର ପକାଇଥିଲା। ଏଥିରେ ସାନ ଭାଇ ରାଗିଯାଇ ବଡ଼ ଭାଇକୁ ଶେଷରେ ହତ୍ୟା କରିଥିବା ଜଣାପଡ଼ିଛି। ବିସରଖ ଗ୍ରାମରେ ଭିଷ୍ମ ଓ ତାଙ୍କ ସାନ ଭାଇ ଦୟାନନ୍ଦ ୨୦୦୯ରୁ ଘର ଭଡ଼ା ନେଇ ରହୁଥିଲେ। ଭିଷ୍ମ ଅବିବାହିତ ଥିବାବେଳେ ଦୟାନନ୍ଦ ତାଙ୍କ ସ୍ତ୍ରୀ ଓ ପରିବାରର ଅନ୍ୟ ସଦସ୍ୟଙ୍କ ସହ ରହୁଥିଲେ। ତେବେ ନିକଟରେ ଦୟାନନ୍ଦ ଥାନାରେ ଅଭିଯୋଗ କରିଥିଲେ ତାଙ୍କ ଭାଇକୁ କେହି ହତ୍ୟା କରି ବିଲରେ ପକାଇ ଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଭିଷ୍ମଙ୍କ ଶବକୁ ଉଦ୍ଧାର କରିଥିଲା। ଏହାପରେ ତଦନ୍ତ ସମୟରେ ପୋଲିସର ଦୟାନନ୍ଦ ଉପରେ ସନ୍ଦେହ ପ୍ରକାଶ କରିଥିଲା। ଦୟାନନ୍ଦଙ୍କୁ ଥାନାକୁ ନେଇ ପଚରାଉଚରା କରିବା ପରେ ଶେଷରେ ସେ ସତ ମାନିଯାଇଥିଲା। ଦୟାନନ୍ଦ ପୋଲିସ ଆଗରେ କହିଥିଲା, ଭୀଷ୍ମ ଅଧିକାଂଶ ସମୟ ମଦ ପିଇ ଘରେ ମହିଳାଙ୍କ ପ୍ରତି ଖରାପ ବ୍ୟବହାର କରିଥାଏ। ତେଣୁ ତାକୁ ହତ୍ୟା କରିବା ପାଇଁ ଯୋଜନା କରିଥିଲା। ଯୋଜନା ମୁତାବକ ସନ୍ଧ୍ୟାରେ ଗ୍ରାମ ଶେଷ ଭାଗରେ ଥିବା ବିଲରେ ଭିଷ୍ମକୁ ପ୍ରଥମେ ମଦ ପିଆଇ ପରେ ତଣ୍ଟି ଚିପି ଓ ପରେ ଛୁରୀ ଭୁସି ହତ୍ୟା କରିଥିବା ଦୟାନନ୍ଦ ସ୍ବୀକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?