Posted inଜାତୀୟ

ସୋସିଆଲ ମିଡିଆ ପାଇଁ ବଞ୍ଚିଗଲେ ଯୁବକ

ନୂଆଦିଲ୍ଲୀ,୨୧।୧୦: ଫେସବୁକ୍‌ରେ ଲାଇଭ୍‌ ଷ୍ଟ୍ରିମିଂ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ୪୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୋସିଆଲ ମିଡିଆ ପକ୍ଷରୁ ଇ-ମେଲ ପାଇବା ପରେ ତୁରନ୍ତ ପୋଲିସର କାର୍ଯ୍ୟାନୁଷ୍ଠାନ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି।

ଡିସିପି କେ ପି ଏସ୍‌ ମଲହୋତ୍ରା କହିଛନ୍ତି, ଜଣେ ବ୍ୟକ୍ତି ଲାଇଭ୍‌ ଭିଡିଓ ଜରିଆରେ ଅପରାହ୍ନ ୧ଟା ୩୦ରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏ ନେଇ ଅପରାହ୍ନ ୨ଟାରେ ଫେସବୁକରୁ ଏକ ଜରୁରୀକାଳିନ ଇ-ମେଲ ଆସିଥିଲା। ଏହାପରେ ତଦନ୍ତ ଆରମ୍ଭ କରିଥିଲା ଦିଲ୍ଲୀ ପୋଲିସର ସାଇବର ସେଲ। ପ୍ରଥମେ ଆକାଉଣ୍ଟ ସହ ଜଡ଼ିତ କଣ୍ଟାକ୍ଟ ନମ୍ବର ମିଳିବା ପରେ ନମ୍ବରକୁ ଟ୍ରେସ କରିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଘର ଦିଲ୍ଲୀର ରାଜୋରି ଗାର୍ଡେନ ଅଞ୍ଚଳରେ ବୋଲି ଜଣାପଡ଼ିଥିଲା।

ଏହି ସୂଚନା ଆମେ ରାଜୋରି ଗାର୍ଡେନ ପୋଲିସ ସହ ଶେୟାର କରିଥିଲୁ। ସେମାନେ ଅପରାହ୍ନ ୩ଟା ୧୫ରେ ଉକ୍ତ ଯୁବକଙ୍କ ବାସଭବନରେ ପହଞ୍ଚିଥିଲେ। ସେତେବେଳେ ଉକ୍ତ ବ୍ୟକ୍ତି ଚେତା ହରାଇ ସାରିଥିଲେ।

ତଦନ୍ତରୁ ଜଣାପଡ଼ିଲା ଯେ, ଥାଇରଏଡ୍‌ ରୋଗର ଚିକିତ୍ସାରେ ବ୍ୟବହୃତ ହେଉଥିବା ସିରପର ମାତ୍ରାଧିକ ସେବନ କରିଥିଲେ। ୩ ବର୍ଷ ତଳେ ତାଙ୍କ ଚାକିରି ଚାଲିଯିବାରୁ ଘର ଛାଡ଼ି ପଳାଇଥିଲେ ସ୍ତ୍ରୀ। ବିଭିନ୍ନ ରୋଗରେ ପୀଡ଼ିତ ଥିବାରୁ ସେ ମାନସିକ ଚାପରେ ରହୁଥିଲେ। ଘଟଣା ଦିନ ସକାଳେ ପତ୍ନୀଙ୍କ ସହ ଫୋନରେ କଥା ହୋଇ ଘରକୁ ଫେରିବାକୁ କହିଥିଲେ। କିନ୍ତୁ ସେ ମନା କରି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri