ସିମନବାଡ଼ିରେ ବ୍ୟକ୍ତି ନିଖୋଜ, ପୋଖରୀ ମୁଣ୍ଡରେ ରହିଛି ପୋଷାକ, ଚପଲ

ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ ବ୍ୟକ୍ତିଙ୍କ ପୋଷାକ, ଚପଲ, ଟାୱେଲ ଆଦି ସିମନବାଡି-ରାଇକିଆ ରାସ୍ତାର ସିମନବାଡି ପୋଖରୀ ହୁଡାରେ ରହିଥିବାରୁ ସେ ପୋଖରୀରେ ବୁଡ଼ିଯାଇଥିବା ଆଶଙ୍କା କରି ଗ୍ରାମବାସୀ ଅଗ୍ନିଶମ ବିଭାଗକୁ ଜଣାଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉକ୍ତ ପୋଖରୀରେ ଖୋଜାଖୋଜି କରୁଛନ୍ତି । ପ୍ରାୟ ୧ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହେଲା ଖୋଜିବା କାର୍ଯ୍ୟ ଜାରିରହିଛି । ଖବର ଲେଖିବା ସୁଦ୍ଧା କୌଣସି ପତ୍ତା ମିଳିନାହିଁ। ସୂଚନାଯୋଗ୍ୟ ଯେ, ଯଶୋବନ୍ତ ସିମନବାଡି ବଜାରରେ ଶ୍ରମିକ ଭାବେ କାର୍ଯ୍ୟ କରନ୍ତି । ପ୍ରତିଦିନ ଭଳି ସେ ସୋମବାର ଭୋର ୪ଟା ରେ ଘରୁ ବଜାରକୁ ଆସିଥିଲେ । ମଧ୍ୟାହ୍ନରେ ଘରକୁ ଖାଇବାକୁ ଯାଇନଥିଲେ । ଫଳରେ ତାଙ୍କ ପୁଅ ଆଦି ଓ ସ୍ତ୍ରୀ ଖୋଜାଖୋଜି କରିଥିଲେ । କିଛି ଲୋକଙ୍କ ଠାରୁ ପୋଖରୀ ହୁଡାରେ ଲୁଗା, ଚପଲ ଆଦି ବହୁ ସମୟ ହେଲା ରହିଥିବା ଖବରପାଇ ପୋଖରୀକୁ ଆସି ପରିବାର ଲୋକ ଉକ୍ତ ଲୁଗାପଟା ଓ ଚପଲ ଯୋଶବନ୍ତଙ୍କ ହୋଇଥିବା ଜାଣିବା ପରେ ପୋଖରୀରେ ବୁଡ଼ିଯାଇଥିବା ସନ୍ଦେହ ବୃଦ୍ଧି ପାଇଛି। ଖବର ଲେଖିବା ସୁଦ୍ଧା ପୋଖରୀରେ ଅଗ୍ନିଶମ ବିଭାଗ ଖୋଜାଖୋଜି ଜାରି ରଖିଛନ୍ତି ରାତିର ଅନ୍ଧାର ଯୋଗୁ ଖୋଜିବା ମୁସ୍କିଲ ହେଉଥିବା କୁହାଯାଉଛି । ଖବରପାଇ ଦାରିଙ୍ଗବାଡି ପୋଲିସ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହିଥିବା ଓ ସ୍ଥିତି ଅନୁଧ୍ୟାନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri