ସିମନବାଡ଼ିରେ ବ୍ୟକ୍ତି ନିଖୋଜ, ପୋଖରୀ ମୁଣ୍ଡରେ ରହିଛି ପୋଷାକ, ଚପଲ

ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ ବ୍ୟକ୍ତିଙ୍କ ପୋଷାକ, ଚପଲ, ଟାୱେଲ ଆଦି ସିମନବାଡି-ରାଇକିଆ ରାସ୍ତାର ସିମନବାଡି ପୋଖରୀ ହୁଡାରେ ରହିଥିବାରୁ ସେ ପୋଖରୀରେ ବୁଡ଼ିଯାଇଥିବା ଆଶଙ୍କା କରି ଗ୍ରାମବାସୀ ଅଗ୍ନିଶମ ବିଭାଗକୁ ଜଣାଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉକ୍ତ ପୋଖରୀରେ ଖୋଜାଖୋଜି କରୁଛନ୍ତି । ପ୍ରାୟ ୧ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହେଲା ଖୋଜିବା କାର୍ଯ୍ୟ ଜାରିରହିଛି । ଖବର ଲେଖିବା ସୁଦ୍ଧା କୌଣସି ପତ୍ତା ମିଳିନାହିଁ। ସୂଚନାଯୋଗ୍ୟ ଯେ, ଯଶୋବନ୍ତ ସିମନବାଡି ବଜାରରେ ଶ୍ରମିକ ଭାବେ କାର୍ଯ୍ୟ କରନ୍ତି । ପ୍ରତିଦିନ ଭଳି ସେ ସୋମବାର ଭୋର ୪ଟା ରେ ଘରୁ ବଜାରକୁ ଆସିଥିଲେ । ମଧ୍ୟାହ୍ନରେ ଘରକୁ ଖାଇବାକୁ ଯାଇନଥିଲେ । ଫଳରେ ତାଙ୍କ ପୁଅ ଆଦି ଓ ସ୍ତ୍ରୀ ଖୋଜାଖୋଜି କରିଥିଲେ । କିଛି ଲୋକଙ୍କ ଠାରୁ ପୋଖରୀ ହୁଡାରେ ଲୁଗା, ଚପଲ ଆଦି ବହୁ ସମୟ ହେଲା ରହିଥିବା ଖବରପାଇ ପୋଖରୀକୁ ଆସି ପରିବାର ଲୋକ ଉକ୍ତ ଲୁଗାପଟା ଓ ଚପଲ ଯୋଶବନ୍ତଙ୍କ ହୋଇଥିବା ଜାଣିବା ପରେ ପୋଖରୀରେ ବୁଡ଼ିଯାଇଥିବା ସନ୍ଦେହ ବୃଦ୍ଧି ପାଇଛି। ଖବର ଲେଖିବା ସୁଦ୍ଧା ପୋଖରୀରେ ଅଗ୍ନିଶମ ବିଭାଗ ଖୋଜାଖୋଜି ଜାରି ରଖିଛନ୍ତି ରାତିର ଅନ୍ଧାର ଯୋଗୁ ଖୋଜିବା ମୁସ୍କିଲ ହେଉଥିବା କୁହାଯାଉଛି । ଖବରପାଇ ଦାରିଙ୍ଗବାଡି ପୋଲିସ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହିଥିବା ଓ ସ୍ଥିତି ଅନୁଧ୍ୟାନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri