Posted inଜାତୀୟ

ଯୁବତୀଙ୍କୁ କମେଣ୍ଟ ମାରିବା ପରେ ହାତଧରି ଅଟୋ ଭିତରକୁ ଟାଣି ନେବାକୁ ଉଦ୍ୟମ, ସିସିଟିଭିରେ ରେକର୍ଡ ହେଲା ସମସ୍ତ ଘଟଣା

ମୁମ୍ବାଇ,୧୫ ।୧୦: ମହାରାଷ୍ଟ୍ରର ପୁଣେରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି । ଜଣେ ଅଟୋ ଚଳାକ ୨୨ ବର୍ଷିୟା ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ ମାରିବା ପରେ ଜୋର ଜବରଦସ୍ତ ଅଟୋ ମଧ୍ୟକୁ ଘୋଷାଡି ନେବାକୁ ଚେଷ୍ଟା କରି ବିଫଳ ହେବାର ଭିଡିଓ ଏବେ ସାମ୍ନାକୁ ଆସିଛି ।
ଠାଣେ ପୋଲିସର ସୂଚନା ଅନୁଯାୟୀ, ଘଟଣା ପ୍ରାୟ ସକାଳ ୬ଟା ୪୫ରେ ଠାଣେ ରେଲୱେ ଷ୍ଟେଶନ ନିକଟରେ ଘଟିଛି । ଛାତ୍ରୀ ଜଣକ କଲେଜ ଯିବା ସମୟରେ ବାଟରେ ଠିଆ ହୋଇଥିବା ଏକ ଅଟୋକୁ କ୍ରସ କରିବା ସମୟରେ ସେଥିରେ ଥିବା ଅଟୋଚାଳକ ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ଟିପ୍ପଣି କରିଥିଲେ । ଛାତ୍ରୀ ଜଣଙ୍କ ଏହାକୁ ବିରୋଧ କରିବାରୁ ଅଟୋ ଚଳାକ ତାଙ୍କୁ ଅଟୋ ମଧ୍ୟକୁ ଟାଣି ନେବାକୁ ଚେଷ୍ଟା କରିଥିଲେ । ହେଲେ ସେ ନ ଯିବାରୁ ତାଙ୍କ ହାତ ଧରି ଖୁବ ଜୋରରେ ଅଟୋ ସହ ଛାତ୍ରୀଙ୍କୁ କିଛି ବାଟ ଘୋଷାଡି ନେଇ ପରେ ଛାଡି ଚାଲିଯାଇଥିଲେ । ଏଥିରେ ଛାତ୍ରୀ ଜଣଙ୍କ ସାମାନ୍ୟ ଆହତ ହୋଇଛନ୍ତି । ଏ ସମସ୍ତ ଘଟଣା ନିକଟରେ ଥିବା ସିସିଟିଭିରେ ରେକର୍ଡ ହୋଇଛି । ଏବେ ପୋଲିସ ଧାରା ୩୫୪ ଓ ୩୫୪ଏ ଆଧାରରେ ମାମଲା ରୁଜୁ କରି ଏକ ଟିମ ଗଠନ କରି ଅଭିଯୁକ୍ତଙ୍କୁ ଖୋଜୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?