Posted inଜାତୀୟ

ଶ୍ୱଶୁରଙ୍କୁ ପିଟିପିଟି ମାରିଦେଲେ ବୋହୂ, ପଛର କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୩।୧୦: ମଧ୍ୟପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଶ୍ୱଶୁରଙ୍କୁ ପିଟିପିଟି ମାରିଦେଇଛନ୍ତି ବୋହୂ। ଦୁର୍ଗା ପୂଜା ମଣ୍ଡପରେ ନାଚିବାକୁ ବାରଣ କରିବାରୁ ବୋହୂ ଏପରି ଚରମ ନିଷ୍ପତ୍ତି ନେଇଛନ୍ତି। ଘଟଣାଟି ମୌଗଞ୍ଜ ଜିଲ୍ଲାରେ ଘଟିଛି।

ପ୍ରାଥମିକ ସୂଚନା ଅନୁଯାୟୀ, ରାମରତିଙ୍କ ବୋହୂ ଏକ ଦୁର୍ଗା ପୂଜା ମଣ୍ଡପରେ ନୃତ୍ୟ ପ୍ରଦର୍ଶନ କରିବାକୁ ଯୋଜନା କରୁଥିଲେ। କିନ୍ତୁ ସେ ଏଥିରେ ବିରୋଧ କରିଥିଲେ। ଏଥିରେ ରାଗିଯାଇ ତାଙ୍କ ନାତି ସୋନୁ ଏକ କୋଦାଳରେ ଆକ୍ରମଣ କରିଥିଲେ ଏବଂ ତା’ପରେ ପୁଅ ବେଦପ୍ରକାଶ ଏବଂ ରାମରତିଙ୍କ ସ୍ତ୍ରୀ ତାଙ୍କୁ ଠେଙ୍ଗାରେ ପିଟିଥିଲେ। ଏହି ନିର୍ମମ ଆକ୍ରମଣରେ ୬୨ ବର୍ଷୀୟ ବୃଦ୍ଧଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପୋଲିସ କହିଛି ଯେ ସେମାନେ ଘଟଣାର ୨୪ ଘଣ୍ଟା ମଧ୍ୟରେ ସମସ୍ତ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।

ଫୌଜଦାରୀ କାର୍ଯ୍ୟବିଧି ସଂହିତାର ଧାରା ୧୦୩(୧) ଏବଂ ୩(୫) ଅନୁଯାୟୀ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି ଏବଂ ସେମାନଙ୍କୁ କୋର୍ଟରେ ହାଜର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?