ସ୍ତ୍ରୀ’ ମୃତ୍ୟୁପରେ ପୁଅ-ଝିଅଙ୍କୁ ବିଷ ପିଆଇ ଶେଷରେ ନିଜେ ଜୀବନ ହାରିଲେ ବ୍ୟକ୍ତି

ପାରଳାଖେମୁଣ୍ଡି,୧୫ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଓଡ଼ିଆ ପାରଳା ସାହିରେ ପୁଅଝିଅଙ୍କୁ ବିଷ ଦେଇ ମାରିଥିବା ବାପା ଶୁଭାଶିଷ ପାଣିଗ୍ରାହୀ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ଆଖି ବୁଜିଛନ୍ତି। ଗତ ମାର୍ଚ୍ଚ ୨୧ତାରିଖରେ ଶୁଭାଶିଷଙ୍କ ସ୍ତ୍ରୀଙ୍କ ସନ୍ଦେଜନକ ମୃତ୍ୟୁ ଘଟିଥିଲା। ଏହାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଶୁଭାଷିଶ ବୁଧବାର ପିଲାଙ୍କୁ ବିଷ ପିଆଇ ନିଜେ ବିଷ ପିଇ ଦେଇଥିଲେ। ଏବେ ପୂରା ପରିବାର ଲୋକଙ୍କ ମୃତ୍ୟୁ ଘଟିଛି। କାହିଁକି ଓ କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା ତାହା ଜଣାପଡି ନାହିଁ। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଶୁଭାଶିଷଙ୍କ ଘରେ ତଦନ୍ତ ଆରମ୍ଭ କରିଛନ୍ତି।

ଶୁଭାଶିଷ ବୁଧବାର ମଧ୍ୟାହ୍ନରେ ୮ ବର୍ଷର ପୁଅ ବିଜୟାନନ୍ଦ ଓ ୧୨ ବର୍ଷର ଝିଅ ପ୍ରିୟଦର୍ଶନୀଙ୍କୁ କୌଣସି ଖାଦ୍ୟରେ ବିଷ ଦେଇ ନିଜେ ତାହାକୁ ଖାଇ ଦେଇଥିଲେ। ପରେ ସେ ପାରଳାଖେମୁଣ୍ଡି ନୂଆ ବସ୍‌ଷ୍ଟାଣ୍ଡରେ ତାଙ୍କ ବାପା ବୁଚିବାବୁ ପାଣିଗ୍ରାହୀଙ୍କୁ ଫୋନ କରି ଆମେ ବିଷ ଖାଇଦେଇଛୁ ମରିଯିବୁ, ଶେଷଥର ପାଇଁ ଦେଖିଦିଅ ବୋଲି କହିଥିଲେ।

ବୁଚିବାକୁ ତୁରନ୍ତ ପହଞ୍ଚି ସାହିପଡିଶା ଲୋକଙ୍କ ସହଯୋଗରେ ସମସ୍ତଙ୍କୁ ଉଦ୍ଧାର କରି ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ପୁଅ ବିଜୟାନନ୍ଦଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ବାପା ଶୁଭାଷିଶ ଓ ଝିଅ ପ୍ରିୟଦର୍ଶନୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ରାତି ପ୍ରାୟ ୯ଟାରେ ପ୍ରିୟଦର୍ଶନୀ ଓ ଗୁରୁବାର ସକାଳେ ଶୁଭାଷିଶଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।

ପାରଳାଖେମୁଣ୍ଡିରେ ପୁଅ ଓ ବ୍ରହ୍ମପୁରରେ ବାପଝିଅଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇଛି। ଏ ନେଇ ପାରଳାଖେମୁଣ୍ଡି ଥାନାରେ ନଂ. ୧୧/୨୫ରେ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ଘରେ ପହଞ୍ଚି ବୁଧବାର ଶୁଭାଶିଷ ରୋଷେଇ କରିଥିବା ବିଭିନ୍ନ ଖାଦ୍ୟ, ପିଇଥିବା ବିଷ ସଂଗ୍ରହ କରିବା ସହ ଖାନତଲାସୀ କରିଛି।

ପୋଲିସ ଘଟଣା ସମ୍ପର୍କରେ ସାହି ପଡୋଶୀ ଓ ପରିବାରବର୍ଗଙ୍କୁ ପଚରାଉଚୁରା କରିଛି। ପୁଅର ଆର୍ଥିକ ସମସ୍ୟା ନ ଥିଲା କି ସେ କୌଣସି ଚାପରେ ନ ଥିଲେ ବୋଲି ଶୁଭାଷିଶଙ୍କ ବାପା ବୁଚିବାବୁ ସ୍ପଷ୍ଟ କରିଛନ୍ତି। ତେବେ କେଉଁ ପରିସ୍ଥିତିରେ ପିଲାଙ୍କୁ ମାରି ସେ ନିଜେ ଜୀବନ ହାରିଲେ ଓ ପୂର୍ବରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ପଛରେ କାହାର ହାତ ଅଛି ସେ ନେଇ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri