ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ନେଇ ସୃଷ୍ଟି ହୋଇଥିବା ଏକତରଫା ଈର୍ଷାରୁ ଏହି ନୃଶଂସ କାଣ୍ଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। ମୃତ ଯୁବକଜଣକ ଲାଠିକଟାର ଅଭିଷେକ ମଲ୍ଲିକ ହୋଇଥିବା ବେଳେ ଅଭିଯୁକ୍ତ ବନ୍ଧୁ ହେଉଛନ୍ତି ୨୫ ବର୍ଷିୟ କୁନା ଦାସ।

ସୂଚନାଯୋଗ୍ୟ ଯେ, ଅଭିଷେକ ଓ କୁନା ଉଭୟ ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ତେବେ ଯୁବତୀଜଣକ ଅଭିଷେକଙ୍କ ପ୍ରତି ଅଧିକ ଆକୃଷ୍ଟ ଥିବାରୁ କୁନା ତାଙ୍କୁ ସହ୍ୟ କରିପାରି ନ ଥିଲେ ଏବଂ ମନରେ ପ୍ରତିଶୋଧ ଓ ଈର୍ଷାଭାବ ରଖିଥିଲେ। ନୂଆଖାଇ ଦିନ ଲାଠିକଟା ବ୍ଲକ ଛକ ନିକଟ ତ୍ରିନାଥ କଲୋନୀରେ ଥିବା ଏକ ନିର୍ମାଣାଧୀନ ପାଣିଟାଙ୍କି ଉପରକୁ ଉଭୟ ବନ୍ଧୁ ଯାଇ ମଦ୍ୟପାନ କରିଥିଲେ। ସେଠାରେ ସମ୍ପୃକ୍ତ ଯୁବତୀଙ୍କୁ ନେଇ ଦୁହିଁଙ୍କ ମଧ୍ୟରେ ତୀବ୍ର ଯୁକ୍ତିତର୍କ ହୋଇଥିଲା।

ଏହି ବାକ୍‌ଯୁଦ୍ଧ ସମୟରେ ଉତ୍ତ୍ୟକ୍ତ ହୋଇ କୁନା, ଅଭିଷେକଙ୍କୁ ପ୍ରାୟ ୪୦ ଫୁଟ ଉଚ୍ଚ ପାଣିଟାଙ୍କି ଉପରୁ ତଳକୁ ଠେଲି ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ତଳେ ପଡ଼ିଯିବା ଫଳରେ ଅଭିଷେକଙ୍କର ମୃତ୍ୟୁ ଘଟିଥିଲା। ବୁଧବାର ପୁଲିସ ଅଭିଷେକଙ୍କ ମୃତଦେହ ଉଦ୍ଧାର କରି ସନ୍ଦେହ ଆଧାରରେ କୁନାଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ଜେରା ଆଗରେ କୁନା ତାଙ୍କ ଅପରାଧ ସ୍ୱୀକାର କରିବା ପରେ ଗୁରୁବାର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?