Posted inଜାତୀୟ

ଯୌତୁକରେ ମିଳିଲା ୧୧ ଲକ୍ଷ ଟଙ୍କା: ବରର ପିତା ଟଙ୍କା ନେଇ କଲେ ଏମିତି କାମ

ଜୟପୁର,୨୪।୨: ଆଜିବି ସମାଜରେ ଯୌତୁକ ଏକ ବ୍ୟାଧି ଭାବେ ପରିଗଣିତ ହେଉଛି। କେଉଁଠି ଯୌତୁକ ଯୋଗୁ ବଧୂହତ୍ୟା ହେଲାଣି ତ ଆଉ କେଉଁଠି ଯୌତୁକ ପାଇଁ ମହିଳାଙ୍କୁ ଘରୁ ତଡି ଦିଆଯାଉଛି। ତେବେ ରାଜସ୍ଥାନର ବୁନ୍ଦି ଜିଲାର ପିପରୱାଲା ଗାଁର ଅବସରପ୍ରାପ୍ତ ପ୍ରଧାନଆଚାର୍ଯ୍ୟଙ୍କ ପୁଅ ବିବାହ ଏବେ ଚର୍ଚ୍ଚାର ବିଷୟ ହୋଇଛି। ବରପକ୍ଷ ଲୋକେ ସମାଜକୁ ଏକ ବଡ ବାର୍ତ୍ତା ଦେଇଛନ୍ତି, ଯାହାକୁ ସାରା ରାଜ୍ୟରେ ପ୍ରଶଂସା କରାଯାଉଛି। ବର ବାପା ଯୌତୁକ ଗ୍ରହଣ କରିଥିବା ଲକ୍ଷ ଲକ୍ଷ ଟଙ୍କା ପୁଅର ବିବାହରେ ଶ୍ୱଶୁରଙ୍କୁ ଫେରାଇ ଦେଇଛନ୍ତି। ଏଥିପାଇଁ ଏକ ବଡ଼ ଥାଳିରେ ୧୧ ଲକ୍ଷ ଟଙ୍କା ବିଡା ଫେରସ୍ତ କରିଦେଇଥିଲେ। ଏହା ଦେଖି ଉପସ୍ଥିତ ଲୋକେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସୂଚନାନୁସାରେ, ଖଜୁରୀ ପଞ୍ଚାୟତର ପିପରୱାଲା ଗ୍ରାମ ନିବାସୀ ଅବସରପ୍ରାପ୍ତ ପ୍ରିନ୍ସପାଲ ବୃଜମୋହନ ମୀନା ତାଙ୍କ ପୁଅର ବିବାହ କାର୍ଯ୍ୟକ୍ରମ ସମୟରେ କନ୍ୟା ପକ୍ଷରୁ ୧୧ ଲକ୍ଷ ୧୦୧ ଟଙ୍କା ପ୍ରଦାନ କରିଥିଲେ। ଏଥିରେ ବ୍ରଜମୋହନ ମୀନା ଏହି ଟଙ୍କା ଫେରସ୍ତ କରି ଯୌତୁକ ବ୍ୟବସ୍ଥା ବିରୋଧରେ ଏକ ନୂତନ ସ୍ବର ଉତ୍ତୋଳନ କରି ସମାଜକୁ ଏକ ନୂତନ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?