ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି।

ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମର ସନ୍ତୋଷ ବେହେରା (୪୮) ନାମକ ଜଣେ ବ୍ୟକ୍ତି ନିଜ ପରିବାର ପାଇଁ ‘ଇଚ୍ଛା ମୃତ୍ୟୁ’ ଅନୁମତି ମାଗି ଜିଲାପାଳଙ୍କୁ ଦରଖାସ୍ତ ଦେଇଛନ୍ତି। ସନ୍ତୋଷଙ୍କ ଅଭିଯୋଗ ଅନୁଯାୟୀ:

୨୦୨୨ ପଞ୍ଚାୟତ ନିର୍ବାଚନ ପରଠାରୁ ରାଜନୈତିକ କାରଣକୁ ନେଇ ଗ୍ରାମର ସାହି ବାସିନ୍ଦା ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରିଛନ୍ତି। ନିଆଁ-ପାଣି ବନ୍ଦ କରିବା ସହ ବିଭିନ୍ନ ଭୋଜି ଓ ସାମାଜିକ କାର୍ଯ୍ୟକ୍ରମରୁ ତାଙ୍କୁ ବାଦ୍ ଦିଆଯାଉଛି। ଗତ ୧୫ ଦିନ ତଳେ ଏକ ଭୋଜିରେ ସାହି ଲୋକଙ୍କ ବାରଣ ଯୋଗୁଁ ତାଙ୍କୁ ସାମିଲ କରାଯାଇନଥିଲା, ଯେଉଁଥିପାଇଁ ସେ ମାନସିକ ସ୍ତରରେ ଭାଙ୍ଗି ପଡିଛନ୍ତି।

ଘଟଣାର ଗୁରୁତ୍ୱ ଉପଲବ୍ଧି କରି ଜିଲାପାଳ ତୁରନ୍ତ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଉପ-ଜିଲାପାଳ, ଅତିରିକ୍ତ ଏସ.ପି. ଏବଂ ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କୁ ଗାଁକୁ ଯାଇ ସାହି ବାସିନ୍ଦାଙ୍କ ସହ ଆଲୋଚନା କରି ସ୍ଥାୟୀ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହିତ ଜନଶୁଣାଣି ଶିବିରରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଲାପଟପ୍, ଦୁଇ ଜଣଙ୍କୁ ଟ୍ରାଇ-ସାଇକେଲ ଏବଂ ତିନି ଜଣ ଅସୁସ୍ଥ ବ୍ୟକ୍ତିଙ୍କୁ ରେଡକ୍ରସ ପାଣ୍ଠିରୁ ୫,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି।

ସେପଟେ ମଙ୍ଗଳବାର ଠାରୁ ଜିଲାରେ ଧାନ ମଣ୍ଡି ଖୋଲିବ ଏବଂ ଆଗାମୀ ୩ ମାସ ଯାଏଁ ଧାନ କ୍ରୟ ଜାରି ରହିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଉପ-ଜିଲାପାଳ ଅବିନାଶ କୁମାର, ଅତିରିକ୍ତ ଏସ.ପି ଆଲୋକ କୁମାର ଜେନା, ବିଡିଓ ଅନାମିକା ପାଣ୍ଡେ, ତହସିଲଦାର ସନ୍ତୋଷ ସାହୁଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଓ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri