ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସମ୍ପର୍କୀୟମାନେ ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି । ଏଥିରେ ଲକ୍ଷ୍ମୀଧରଙ୍କ ମୁଣ୍ଡ ହାତ ଗୋଡ ସମେତ ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଆକ୍ରମଣକାରୀଙ୍କ ସମ୍ପର୍କରେ ଲକ୍ଷ୍ମୀଧରଙ୍କ ପତ୍ନୀ ଅର୍ଣ୍ଣପୂର୍ଣ୍ଣ ଓ ତାଙ୍କ ଭଉଣୀ ଶ୍ରୀମତୀ ସୂଚନା ଦେଇଛନ୍ତି । ଚିକିତ୍ସା ପରେ ଅଭିଯୁକ୍ତମାନଙ୍କ ବିରୋଧରେ ଥାନାରେ ଅଭିଯୋଗ କରାଯିବ ବୋଲି ସେମାନେ କହିଛନ୍ତି ।

Odisha’s No.1 Odia Daily

Share