ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଗଛ ଉପରେ ବସିଲେ ବ୍ୟକ୍ତି: ଭିଡ଼ିଓ ଭାଇରାଲ

କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାରଙ୍କ ପକ୍ଷରୁ କିଛି ଗାଇଡଲାଇନ୍ସ ଜାରି କରାଯାଇଛି। ଯେପର୍ଯ୍ୟନ୍ତ ଭ୍ୟାକସିନ୍‌ ନ ଆସିଛି ସେପର୍ଯ୍ୟନ୍ତ ବାହାରକୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ସରକାରଙ୍କ ଏହି ଆଦେଶକୁ ଜଣେ ବ୍ୟକ୍ତି ଏଭଳି ଅନୁକରଣ କରିଛନ୍ତି ଯେ, ଲୋକଙ୍କଠାରୁ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ସେ ଗଛର ଶୀର୍ଷ ଉପରକୁ ଚଢ଼ିଯାଇଛନ୍ତି। ଏହି ଘଟଣା ଘଟିଛି ଇଂଲଣ୍ଡର ବାଥ୍‌ରେ। କିଛି ଯୁବକ ବାଥ୍‌ ସ୍ଥିତ ରୟାଲ ଭିକ୍ଟୋରିଆ ପାର୍କରେ ବୁଲୁଥିବା ସମୟରେ ସେଥିମଧ୍ୟରୁ ଜଣେ ଯୁବକଙ୍କ ଆଖି ଏକ ଗଛ ଉପରେ ପଡ଼ିଥିଲା।

ଯେଉଁଠାରେ କେହି ଜଣେ ବସିଥିବାର ତାଙ୍କୁ ଅନୁମାନ ହୋଇଥିଲା। ଏହାପରେ ସେ ତାଙ୍କ କ୍ୟାମେରାର ଲେନ୍ସକୁ ଜୁମ୍‌ କରି ଫଟୋ ଉଠାଇଥିଲେ। ଯେଉଁଥିରେ ଜଣେ ଯୁବକ ଜଣଙ୍କ ୬୦ଫୁଟ ଉଚ୍ଚ ଗଛ ଉପରେ ଆରାମ୍‌ରେ ବସି ସାଣ୍ଡଓ୍ବିଚ ଖାଇବାର ମଜାନେଉଥିବାର ଦେଖିବାକୁ ମିଳିଥିଲା। ଏହାକୁ ଦେଖି ପାର୍କକୁ ଆସିଥିବା ଯୁବକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ଏହାର ଏକ ଭିଡିଓ କରିଥିଲେ। ପରେ ଉକ୍ତ ଭିଡ଼ିଓକୁ ଫେସବୁକ୍‌ରେ ଶେୟାର କରାଯାଇଥିଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବା ସହ ୟୁଜର୍ସମାନେ ମଜାଳିଆ କମେଣ୍ଟ ମଧ୍ୟ ଦେଇଛନ୍ତି। କରୋନା ମୁକାବିଲା ପାଇଁ ଏହା ଭଲ ସାମାଜିକ ଦୂରତ୍ୱ ବୋଲି କେତେକ ୟୁଜର୍ସ କହିଛନ୍ତି। ଅନ୍ୟପଟେ ଏହି ଭିଡିଓ ଶେୟାର ହେବାର ମାତ୍ର କିଛି ସମୟ ମଧ୍ୟରେ ଏହାକୁ ଲକ୍ଷାଧିକ ଲୋକ ଦେଖିଥିବା ବେଳେ ୧୪୩ରୁ ଊର୍ଦ୍ଧ୍ୱ ଲାଇକ୍ସ ଓ ୨୪୩ରୁ ଊର୍ଦ୍ଧ୍ୱ ଶେୟାର କରାଯାଇଥିବା ଜରାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri