Posted inଫୁରସତ

ସ୍ତ୍ରୀଙ୍କ ସହ ଝଗଡ଼ା କରି ୨୦ଟି କାର ଭାଙ୍ଗିଦେଲେ ବ୍ୟକ୍ତି, ପୂରା ଘଟଣା ଜାଣିଲେ …

ସ୍ତ୍ରୀଙ୍କ  ସାଙ୍ଗରେ ଝଗଡ଼ା କରି  ଗୋଟିଏ କି ଦୁଇଟି ନୁହେଁ ଭାଙ୍ଗିଦେଲେ  କୋଡ଼ିଏ କୋଡ଼ିଏଟି କାର। ଏଭଳି ଏକ ଘଟଣା ଘଟିଛି  ଚେନ୍ନାଇରେ। ନିକଟରେ ଏହି ଘଟଣା ଘଟିଥିବା ବେଳେ ଗ୍ୟାରେଜ ନିକଟ ପାର୍କିଂ  ଏରିଆରେ ଲାଗିଥିବା  ସିସିଟିଭିରୁ  ଏହା ଜଣାପଡ଼ିଥିଲା। ସ୍ତ୍ରୀଙ୍କ  ସହ ଝଗଡା ପରେ ବୁବାଲାନ ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତି  ଏପରି କରିଥିଲେ।  ଏହି ସମସ୍ତ କାର ତାଙ୍କ ଘର ନିକଟ ଗ୍ୟାରେଜରେ ରଖାଯାଇଥିଲା ।
ଚେନ୍ନାଇ ପୋଲିସ ସୂଚନାନୁସାରେ, ସେକେଣ୍ଡ  ହ୍ୟାଣ୍ଡ କାର୍‌ ଶୋରୁମର ମାଲିକ ସକାଳେ ଗ୍ୟାରେଜ ଖୋଲିବା ପରେ  ଗାଡିଗୁଡିକ ଭାଙ୍ଗିଥିବା ସେ ଦେଖିବାକୁ ପାଇଥିଲେ। ପରେ ଏ ନେଇ ପୋଲିସକୁ ସୂଚନା ଦେଇଥିଲେ।  ପୋଲିସ ତଦନ୍ତ କରି ସିସିଟିଭି ଫୁଟେଜ୍‌ ଆଧାରରେ ଏହା ଜାଣିବାକୁ ପାଇଥିଲା ଯେ,  ଗ୍ୟାରେଜ୍‌ ନିକଟରେ ରହୁଥିବା ବୁବାଲାନ୍‌  ଏହି କାଣ୍ଡ ଘଟାଇଥିଲେ । ତାଙ୍କ  ସ୍ତ୍ରୀଙ୍କ ସହ ଝଗଡ଼ା ପରେ ସେ ଏପରି କରିଥିଲେ ମଧ୍ୟ କେଉଁ କାରଣ ପାଇଁ ଝଗଡ଼ା ହୋଇଥିଲା ତାହା  ସ୍ପଷ୍ଟ ହୋଇନାହିଁ।  ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା।  ତାଙ୍କ ସ୍ତ୍ରୀ ତାଙ୍କୁ ଧୋକ୍କା ଦେଉଥିବାରୁ ସେ ଏପରି କରିଥିବା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri