କେନ୍ଦୁଝରରେ ଚାଞ୍ଚଲ୍ୟ: ଘର ବାରଣ୍ଡାରେ ଶୋଇଥିବାବେଳେ ମୁଣ୍ଡକୁ ହାଣି ହତ୍ୟା

କେନ୍ଦୁଝର,୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ବିଟ ହାଉସ ଅନ୍ତର୍ଗତ ମେଦିନିପୁର ଗ୍ରାମରେ ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୁଣ୍ଡକୁ ହାଣି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ମୃତକଙ୍କ ନାମ ଭଦୃ ମହାକୁଡ(୫୫) ବୋଲି ଜଣାପଡିଛି। ହତ୍ୟାର କାରଣ ଏବେ ସ୍ପଷ୍ଟ ହୋଇ ନ ଥିବା ବେଳେ ଖବରପାଇ ପୋଲିସ ଆଜି ସକାଳେ ଉକ୍ତ ଗ୍ରାମରେ ପହଞ୍ଚି ମୃତଦେହ ଉଦ୍ଧାର କରି ପୋଲିସ ବିଶେଷଜ୍ଞ ଟିମ ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି। ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ବେଳେ ପରକୀୟା ପ୍ରୀତିରୁ ଏହି ହତ୍ୟା କାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି।

ଏହି ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ କିଏ ଓ କାହିଁକି ହତ୍ୟା କରିଛି ତା’ର କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଗତ ରାତି ପ୍ରାୟ ୩ଟା ରୁ ୪ଟା ମଧ୍ୟରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ପ୍ରକାଶ ଯେ ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ବିଟ ହାଉସ ଅନ୍ତର୍ଗତ ମେଦିନିପୁର ଗ୍ରାମର ଭଦୃ ମହାକୁଡ଼ ଗତ କାଲି ରାତିରେ ଖାଇ ପିଇ ନିଜ ଘର ବାରଣ୍ଡାରେ ଶୋଇଥିଲେ। ଆଜି ସକାଳେ ତାଙ୍କ ରକ୍ତାକ୍ତ ମୃତଦେହ ବାରଣ୍ଡାରେ ପଡ଼ିଥିବା ଦେଖି ଗ୍ରାମବାସୀ ପୋଲିସକୁ ଜଣାଇଥିଲେ।
ଖବର ପାଇ ଘଟଗାଁ ଏସଡିପିଓ ବିଜୟ କୃଷ୍ଣ ମହାପାତ୍ର, ଘଟଗାଁ ଥାନାଧିକାରୀ ଶୁଭ୍ରାନ୍ତ କୁମାର ଜେନା ସହ ପୋଳିସ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମ ଡକାଯାଇଛି। ସୂଚନାଯୋଗ୍ୟ ଯେ ଭଦୃଙ୍କର ପୂର୍ବରୁ ପତ୍ନୀ ମୃତ୍ୟୁ ଘଟିଥିବା ବେଳେ ଝିଅ ବାହା ହୋଇ ସାରିଥିବା ଓ ପୁଅ ବାହାର ରାଜ୍ୟରେ ଚାକିରି କରୁଥିବାରୁ ସେ ଘରେ ଏକୁଟିଆ ରହିଥିଲେ। ଏନେଇ ଏସ ଡି ପି ଓ ଘଟଗାଁ ବିଜୟ କୃଷ୍ଣ ମହାପାତ୍ର କହିଛନ୍ତି ଯେ ଜଣକୁ ଅଟକ ରଖି ଅନୁସନ୍ଧାନ ଜାରି ରହିଛି। ଅତିଶୀଘ୍ର ହତ୍ୟାର ସଠିକ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?