ପଥରରେ ଛେଚି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ବାଲିଗୁଡ଼ା,୧୧ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ସାରଙ୍ଗଡ଼ ପୁରୁଣା ସାହିର ଦୁଇଜଣ ବ୍ୟକ୍ତି ମଦ ପିଇବାକୁ ଯାଇଥିଲେ। ମଦ ପିଇ ମାତାଲ ହେବା ପରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ପ୍ରତିଶୋଧ ପରାୟଣ ହୋଇ ଜଣେ ଅନ୍ୟ ଜଣକ ମୁଣ୍ଡରେ ପଥର ଛେଚି ହତ୍ୟା କରିଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ସାରଙ୍ଗଡ଼ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ସାରଙ୍ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ହତ୍ୟାକାରୀ ସାରଙ୍ଗଡ଼ ଥାନା ପୁରୁଣା ସାହିର ମନୋଜ ଓରଫ ଉଲୁକୁ ଥାନାରେ ଅଟକ ରଖିଛି ପୋଲିସ। ଅନ୍ୟପଟେ ହତ୍ୟାକାଣ୍ଡ ଘଟିଥିବା ସ୍ଥାନରୁ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ହତ୍ୟାକାଣ୍ଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ସାରଙ୍ଗଡ଼ ଥାନା ପୁରୁଣାସାହିର ଜିତେନ୍ଦ୍ର ପୂଜାରୀ ହୋଇଥିବା ଜଣାପଡ଼ିଛି। ତଦନ୍ତ ପରେ ହତ୍ୟାକାଣ୍ଡର ସତ୍ୟତା ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?