Posted inଜାତୀୟ

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଏକ ନିଆରା ଶୈଳୀରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଏକ ଗଧ ଉପରେ ଚଢ଼ି ନାମାଙ୍କନପତ୍ର ଦାଖଲ କରିବାକୁ ଆସିଥିବାବେଳେ ତାଙ୍କୁ ଦେଖିବାକୁ ସେଠାରେ ବହୁ ଲୋକ ଏକତ୍ରିତ ହୋଇ ପଡ଼ିଥିଲେ। ସମର୍ଥକଙ୍କ ମଧ୍ୟରେ ସତ୍ୟେନ୍ଦ୍ର ବୈଥା ନାମକ ଏହି ସ୍ବାଧୀନ ପ୍ରାର୍ଥୀ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଏବଂ ଗଧ ଉପରେ ବସି ନିର୍ବାଚନ ପ୍ରଚାର କରିବେ ବୋଲି ଘୋଷଣା କରିଛନ୍ତି।
ଗୋପାଳଗଞ୍ଜ ଜିଲାର କୁଚାଇକୋଟ ଥାନା ଶାମପୁର ଗ୍ରାମ ନିବାସୀ ୪୫ ବର୍ଷୀୟ ସତ୍ୟେନ୍ଦ୍ର ବୈଥା ଗତ ୨୦୦୧ରୁ ରାଜନୀତିରେ ସକ୍ରିୟ ରହିଛନ୍ତି। ସେ ଚଳିତ ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପୂର୍ବରୁ ସେ ୨ ଥର ଲୋକ ସଭା ନିର୍ବାଚନ ଲଢ଼ିଥିଲେ ମଧ୍ୟ ସଫଳତା ପାଇ ନ ଥିଲେ। ସେହିପରି ସତୈନ୍ଦ୍ର ପୂର୍ବରୁ ଜିଲା ପରିଷଦ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ ହୋଇଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପରେ ସତ୍ୟେନ୍ଦ୍ର କହିଛନ୍ତି, ଲୋକ ସଭା ନିର୍ବାଚନରେ ଜିତି ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଜନ ପ୍ରତିନିଧିମାନେ ଦିଲ୍ଲୀ ଯାଇ ଅଞ୍ଚଳର ବିକାଶ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଗତ ତିନି ଦଶନ୍ଧି ଧରି ଗୋପାଳଗଞ୍ଜରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇ ନ ଥିବା ସେ ଅଭିଯୋଗ ଆଣିଛନ୍ତି। ତେଣୁ ସେ ଗଧରେ ଚଢ଼ି ନିଜର ନାମାଙ୍କନପତ୍ର ଦାଖଲ କରିଥିବା କହିଛନ୍ତି। ଚଳିତ ନିର୍ବାଚନ ଜିତିବା ପରେ ସେ ଗଧରେ ଚଢ଼ି ଲୋକ ସଭାକୁ ଯିବେ ବୋଲି ଘୋଷଣା କରିଛନ୍ତି।
ଆସନ୍ତା ୨୫ରେ ଗୋପାଳଗଞ୍ଜ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ସେହିପରି ସୋମବାର ପର୍ଯ୍ୟନ୍ତ ଏହି ଆସନରୁ ପ୍ରାର୍ଥୀ ମାନେ ନାମାଙ୍କନପତ୍ର ଦାଖଲ କରିପାରିବା ନେଇ ସମୟସୀମା ରହିଛି। ଗୋପାଳଗଞ୍ଜ ଲୋକ ସଭା ଆସନରେ ଏନ୍‌ଡିଏରୁ ଜେଡିୟୁ ଏମ୍‌ପି ଡକ୍ଟର ଆଲୋକ କୁମାର ସୁମନ ପ୍ରାର୍ଥୀ ହୋଇଛନ୍ତି। ସେହିପରି ଇଣ୍ଡିଆ ମେଣ୍ଟରୁ ବିକାଶଶୀଳ ଇନ୍‌ସାନ ପାର୍ଟି(ଭିଆଇପି)ପ୍ରାର୍ଥୀ ପ୍ରେମନାଥ ଚଞ୍ଚଲ ପାସୱାନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri