ଛାଡି ପଳାଇଲେ ସ୍ତ୍ରୀ, ଶ୍ୱଶୁର ଘର ଉପରେ ବୋମାମାଡ଼ କଲେ ଜ୍ୱାଇଁ

ଭଦ୍ରକ,୨୩ା୧୧: ଭଦ୍ରକ ଜିଲା ବାଣ୍ଟ ଅଞ୍ଚଳର ଆପଣ୍ଡା ଗ୍ରାମର ଶ୍ରୀଧର ନାୟକ କରଣପଲ୍ଲୀ ପଞ୍ଚାୟତର ବିଜୟ ପାଟଣା ଗ୍ରାମର ରାମ ଚନ୍ଦ୍ର ମହାଳିକଙ୍କ ଝିଅ ମାମୁନିଙ୍କୁ ପ୍ରେମ ବିବାହ କରିଥିଲେ। କିଛିଦିନ ସୁରୁଖୁରୁରେ ଚଳିବା ପରେ ପାରିବାରିକ କଳହ ଯୋଗୁଁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ବଢ଼ିଥିଲା। ଫଳରେ ମାମୁନି ବାପ ଘରକୁ ଫେରି ଆସିଥିଲେ। ଗ୍ରାମର ମୁଖ୍ୟମାନଙ୍କ ଉପସ୍ଥିତିରେ ଏକ ବୈଠକ ପରେ ଉଭୟଙ୍କୁ ଅଲଗା ରହିବାକୁ ନିଷ୍ପତ୍ତି ନିଆଯାଇଥିଲା।

ତେବେ, ଏହି ବିଚ୍ଛେଦ ପାଇଁ ମାମୁନିଙ୍କ ପରିବାରକୁ ଦାୟୀ କରି ଶ୍ରୀଧର ପ୍ରତିଶୋଧ ନେବାକୁ ଯୋଜନା କରିଥିଲେ। ଗତକାଲି ବିଳମ୍ବିତ ରାତିରେ ସେ ତାଙ୍କର ଦୁଇଜଣ ସାଙ୍ଗଙ୍କ ସହ ଶ୍ୱଶୁର ରାମ ଚନ୍ଦ୍ର ମହାଳିକଙ୍କ ଘର ଉପରକୁ ବୋମାମାଡ଼ କରିଥିଲେ। ବୋମା ବିସ୍ଫୋରଣରେ ଘରର ଆଜବେଷ୍ଟସ୍ ଛାତର କିଛି ଅଂଶ ନଷ୍ଟ ହୋଇଯାଇଛି।

ରାମ ଚନ୍ଦ୍ରଙ୍କ ପତ୍ନୀ ଅନ୍ନପୂର୍ଣ୍ଣା ମହାଳିକ କହିଛନ୍ତି ଯେ ରାତି ପ୍ରାୟ ୧୨ଟା ବେଳେ ପ୍ରଥମ ବୋମା ମାଡ଼ ହୋଇଥିଲା ଏବଂ ସେମାନେ ତୁରନ୍ତ ପିଲାମାନଙ୍କ ସହ ଘରୁ ବାହାରି ଆସିଥିଲେ। ପରେ ଆହୁରି ତିନୋଟି ବୋମା ଫିଙ୍ଗାଯାଇଥିଲା। ପରିବାର ଲୋକଙ୍କ ପାଟି ଶୁଣି ଗ୍ରାମବାସୀମାନେ ବାହାରକୁ ଆସି ଦୌଡ଼ି ପଳାଉଥିବା ତିନିଜଣଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ଶ୍ରୀଧର ଖସି ପଳାଇବାରେ ସକ୍ଷମ ହୋଇଥିବା ବେଳେ ତାଙ୍କର ଦୁଇ ସହଯୋଗୀଙ୍କୁ ମୋଟରସାଇକେଲ ସହ ଗାଁ ଲୋକେ କାବୁ କରି ପୋଲିସକୁ ହସ୍ତାନ୍ତର କରିଥିଲେ।

ଖବର ପାଇ ବାଂଶଡ଼ା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶ୍ରୀଧରଙ୍କ ଦୁଇ ସହଯୋଗୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଥାନାରେ ଏକ ଆନୁଷ୍ଠାନିକ ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ଆଇଆଇସି ସୂଚନା ଦେଇଛନ୍ତି। ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ଶ୍ରୀଧରଙ୍କ ଶାଶୁ ଅନ୍ନପୂର୍ଣ୍ଣା ପୋଲିସକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri