ପ୍ରେମ ବ୍ୟାପାର: ଦେହରେ ନିଆଁ ଲଗାଇ ଥାନାରେ ପଶିଗଲେ ଯୁବକ

ପାଲଲହଡ଼ା, ୨।୧(ଡି.ଏନ୍‌.ଏ.): ପ୍ରେମ ବ୍ୟାପାରକୁ ନେଇ ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ପଲଲହଡ଼ା ଥାନା ଅଞ୍ଚଳରେ।
ଏମିତି କାଣ୍ଡ ଘଟାଇଥିବା ଯୁବକ ହେଉଛନ୍ତି ସ୍ଥାନୀୟ ଈଶ୍ୱରନଗର ଗ୍ରାମର ବିଶ୍ୱନାଥ ନାଏକ। ବିଶ୍ୱନାଥ ଶନିବାର ସକାଳ ୧୧ଟାରେ ଡାକ୍ତରଖାନା ରାସ୍ତାରେ ନିଜ ଦେହରେ କିରାସିନି ଢାଳି ଦୌଡ଼ି ଦୌଡ଼ି ଥାନା ସମ୍ମୁଖରେ ପହଞ୍ଚିଥିଲେ। କେହି କିଛି ବୁଝିବା ପୂର୍ବରୁ ବିଶ୍ୱଜିତ ନିଜ ଦେହରେ ଦିଆସିଲି ମାରି ନିଆଁ ଲଗାଇ ଦେଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ପୋଲିସ କର୍ମଚାରୀମାନେ ନିଆଁ ଲିଭାଇବା ସହ ବିଶ୍ୱଜିତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ବିଶ୍ୱନାଥ ଜଣେ ଝିଅ ସହ ଦୀର୍ଘଦିନରୁ ପ୍ରେମ ସମ୍ପର୍କରେ ଥିଲେ। କୌଣସି କାରଣରୁ ଉକ୍ତ ଯୁବତୀଙ୍କ ସହ ମନମାଳିନ ହେବାରୁ ଯୁବତୀଙ୍କ ପରିବାର ପକ୍ଷ ଉଭୟଙ୍କ ପ୍ରେମକୁ ବିରୋଧ କରାଥିଲେ। ଫଳରେ ବିଶ୍ୱନାଥ ଅନ୍ୟ କୌଣସି ଉପାୟ ନ ପାଇ ଆତ୍ମାହୁତି ଉଦ୍ୟମ କରିଥିବା କୁହାଯାଉଛି। ଅନ୍ୟପଟେ ବିଶ୍ୱନାଥଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବା ଡାକ୍ତର ରିପୋର୍ଟ ଦେଇଥିବାବେଳେ ପୋଲିସ ଏକ ଷ୍ଟେଶନ ଡାଇରୀ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ କିଶୋର କୁମାର ସାମଲ ସୂଚନା ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri