ଓଡ଼ିଶାରେ ଚାଞ୍ଚଲ୍ୟ: ଝିଅ ଜନ୍ମ ଦେବାରୁ ବୋହୂକୁ ଜୀଅନ୍ତା ଜାଳିଦେବାକୁ ଶ୍ୱଶୁରଙ୍କ ଉଦ୍ୟମ

କେନ୍ଦ୍ରାପଡା,୨୩।୧: କନ୍ୟା ସନ୍ତାନ ଜନ୍ମ ହେଲା ବୋଲି ବୋହୂକୁ ଜୀଅନ୍ତା ଜାଳି ମାରିଦେବାକୁ ଉଦ୍ୟମ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲାରେ। ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଦାମରପୁର ଗ୍ରାମରେ ଶ୍ୱଶୁର ବୋହୂ ଓ ନବଜାତ କନ୍ୟା ସନ୍ତାନ ଶୋଇଥିବା ଅବସ୍ଥାରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସସ୍ମିତା ଦାସ ନିଜ ନବଜାତ ଶିଶୁ କନ୍ୟା ସହ ଶୋଇଥିବା ବେଳେ ତାଙ୍କ ଶ୍ୱଶୁର ପେଟ୍ରୋଲ ଆଣି ସେମାନଙ୍କ ଶେଯରେ ଢାଳି ନିଆଁ ଲଗାଇ ଦେଇଥିଲେ। ନିଆଁ ଖୁବ୍ ଶୀଘ୍ର ବ୍ୟାପି ଯାଇଥିଲେ ମଧ୍ୟ ସସ୍ମିତା ନିଜ ଜୀବନ ଓ ଶିଶୁର ଜୀବନ ରକ୍ଷା ପାଇଁ ଘରୁ ବାହାରକୁ ଦୌଡ଼ି ପଳାଇଥିଲେ। ନିଜକୁ ବଞ୍ଚାଇବା ପାଇଁ ସେ ସାରା ରାତି ବାହାରେ ଅତିବାହିତ କରିଥିବା ବେଳେ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

ସୂଚନାଯୋଗ୍ୟ ଯେ, ୮ ବର୍ଷ ପୂର୍ବେ ଦାମରପୁର ଗ୍ରାମର ସୁଶାନ୍ତ ରାୟଙ୍କୁ ସସ୍ମିତା ବିବାହ କରିଥିଲେ। ସୁଶାନ୍ତଙ୍କ ପ୍ରଥମ ବିବାହରୁ ଦୁଇଟି କନ୍ୟା ସନ୍ତାନ ଅଛନ୍ତି। ସସ୍ମିତାଙ୍କର ମଧ୍ୟ ଏବେ ଏକ ଝିଅ ହେବାରୁ ତାଙ୍କ ଶ୍ୱଶୁର ଘର ଲୋକେ ଖୁସି ନଥିଲେ। ପୁଅ ଜନ୍ମ ନହେବାରୁ ସ୍ୱାମୀ, ଶ୍ୱଶୁର ଏବଂ ଶାଶୂ ତାଙ୍କୁ ଦୀର୍ଘ ଦିନ ଧରି ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ ବୋଲି ସସ୍ମିତା ପୋଲିସ ନିକଟରେ ବୟାନ ଦେଇଛନ୍ତି।

ଏହି ଘଟଣା ପରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସ ସମ୍ପୃକ୍ତ ସ୍ଥାନରେ ପହଞ୍ଚି ପ୍ରମାଣ ସଂଗ୍ରହ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?