Posted inଜାତୀୟ

ଝିଅର ମୃତଦେହକୁ ୩୫ କି.ମି ବୋହିନେଲେ ବାପା

ଭୋପାଳ, ୯ା୫ : ବାପା ଝିଅର ମୃତଦେହକୁ କାନ୍ଧେଇ ୩୫ କିମି ଚାଲି ଚାଲି ପହଞ୍ଚିଛି ଶବ ବ୍ୟବଚ୍ଛେଦ ଗୃହରେ। ମଧ୍ୟପ୍ରଦେଶର ସିଙ୍ଗରାଉଲି ଜିଲାରୁ ଆସିଛି ଏହି ହୃଦୟ ବିଦାରକ ଦୃଶ୍ୟ।

ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଭିଡ଼ିଓରେ କିଛି ଗ୍ରାମବାସୀଙ୍କ ସହ ୧୬ ବର୍ଷୀୟା ଝିଅର ମୃତଦେହକୁ କାନ୍ଧେଇ ଚାଲି ଚାଲି ପାହାଡ଼ ଚଢ଼ୁଥିବା ଦେଖିବାକୁ ମିଳିଛି। ନାବାଳିକା ଜଣକ ଗତ ୫ ତାରିଖରେ ଆତ୍ମହତ୍ୟା କରିଥିଲେ। ପରେ ଗାଡାଇ ଗ୍ରାମରେ ପହଞ୍ଚିଥିଲା ପୋଲିସ ଓ ନିର୍ଦ୍ଦେଶ ଦେଇଥିଲା ୩୫ କିମି ଦୂର ବ୍ୟବଚ୍ଛେଦ ଗୃହକୁ ନେବାକୁ। ଅର୍ଥଭାବ ଯୋଗୁ ମୃତଦେହ ପାଇଁ କୌଣସି ଗାଡ଼ି ବ୍ୟବସ୍ଥା କରିପାରି ନ ଥିଲେ ପରିବାର ଲୋକେ। ପୋଲିସ ଅଧିକାରୀମାନେ ମଧ୍ୟ କୌଣସି ବ୍ୟବସ୍ଥା କରି ନ ଥିଲେ। ଫଳରେ ବାଧ୍ୟ ହୋଇ ମୃତକଙ୍କ ବାପା ଧିରପତି ସିଂ ଗୋଣ୍ଡଙ୍କ ସହ ଅନ୍ୟ ଗ୍ରାମବାସୀମାନେ ଖଟରେ ବୋହି ନେଇଥିଲେ ମୃତଦେହ। ଏଥି ନେଇ ସେମାନଙ୍କୁ ଲାଗିଥିଲା ୭ ଘଣ୍ଟା।

ଘଟଣା ସମ୍ପର୍କରେ ପଚାରିବାରୁ ପୋଲିସ ଅଧିକାରୀ ଅରୁଣ ସିଂ କହିଛନ୍ତି, ମୃତଦେହ ନେବାଆଣିବା ପାଇଁ କୌଣସି ପ୍ରକାର ବଜେଟ ଆଲଟ କରାଯାଇ ନାହିଁ। ଏଣୁ ଗାଡ଼ି ବ୍ୟବସ୍ଥା କରିବାସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri