ଦନ୍ତା ଆକ୍ରମଣରେ ବୃଦ୍ଧଙ୍କ ଜୀବନ ଗଲା

ଘସିପୁରା/ଆନନ୍ଦପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଘସିପୁରା ବ୍ଲକ ଦେଓଗାଁ ରେଞ୍ଜ ଅଧୀନ ନୂଆବରିପାଳ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନାରଙ୍ଗପୁର ଗ୍ରାମର ଦୁଃଶାସନ ଜେନା(୬୮)। ଦୁଃଶାସନ ଶନିବାର ସକାଳ ସମୟରେ ନୂଆବରିପାଳ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିଲେ। ହାତୀ ଶବ୍ଦ ଶୁଣି ସେ ସ୍ଥାନ ଛାଡ଼ିବାକୁ ଉଦ୍ୟମ କରୁଥିବା ସମୟରେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ଦନ୍ତା ତାଙ୍କୁ ଶୁଣ୍ଢରେ କଚାଡ଼ି ଫିଙ୍ଗିଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ବନବିଭାଗ ପକ୍ଷରୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ମୃତକଙ୍କ ପରିବାରକୁ ତ୍ୱରିତ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି। ମୃତ ବ୍ୟକ୍ତିଙ୍କର ମୃତଦେହ ବ୍ୟବଚ୍ଛେଦ କରାଯାଇ ରିପୋର୍ଟ ଆସିବା ପରେ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଦେଓଗାଁ ରେଞ୍ଜର ସୁରେନ୍ଦ୍ର ନାଥ ହେମ୍ବ୍ରମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri