ଦନ୍ତା ଆକ୍ରମଣରେ ବୃଦ୍ଧଙ୍କ ଜୀବନ ଗଲା

ଘସିପୁରା/ଆନନ୍ଦପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଘସିପୁରା ବ୍ଲକ ଦେଓଗାଁ ରେଞ୍ଜ ଅଧୀନ ନୂଆବରିପାଳ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନାରଙ୍ଗପୁର ଗ୍ରାମର ଦୁଃଶାସନ ଜେନା(୬୮)। ଦୁଃଶାସନ ଶନିବାର ସକାଳ ସମୟରେ ନୂଆବରିପାଳ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିଲେ। ହାତୀ ଶବ୍ଦ ଶୁଣି ସେ ସ୍ଥାନ ଛାଡ଼ିବାକୁ ଉଦ୍ୟମ କରୁଥିବା ସମୟରେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ଦନ୍ତା ତାଙ୍କୁ ଶୁଣ୍ଢରେ କଚାଡ଼ି ଫିଙ୍ଗିଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ବନବିଭାଗ ପକ୍ଷରୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ମୃତକଙ୍କ ପରିବାରକୁ ତ୍ୱରିତ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି। ମୃତ ବ୍ୟକ୍ତିଙ୍କର ମୃତଦେହ ବ୍ୟବଚ୍ଛେଦ କରାଯାଇ ରିପୋର୍ଟ ଆସିବା ପରେ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଦେଓଗାଁ ରେଞ୍ଜର ସୁରେନ୍ଦ୍ର ନାଥ ହେମ୍ବ୍ରମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri