Posted inଜାତୀୟ

୧୫ ବର୍ଷ ଧରି ୩ ପ୍ରେମିକାଙ୍କ ସହ ଲିଭ୍‌-ଇନ୍‌ରେ ରହୁଥିଲେ ବ୍ୟକ୍ତି, ଏବେ ପଡ଼ିଲା ହାତଗଣ୍ଠି

ଭୋପାଳ,୨।୫: ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଅଲିରାଜପୁର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଜଣେ ବ୍ୟକ୍ତି ଆଦିବାସୀ ରୀତିନୀତି ଅନୁଯାୟୀ ୩ ପ୍ରେମିକାଙ୍କୁ ବିବାହ କରିଛନ୍ତି। ଏହି ବିବାହରେ ତାଙ୍କର ୬ ସନ୍ତାନ ମଧ୍ୟ ଉପସ୍ଥିତ ଥିଲେ।
ନାନପୁର ଅଞ୍ଚଳରେ ରହୁଥିବା ସମରଥ ମୋର୍ଯ୍ୟା ୩ ପ୍ରେମିକାଙ୍କ ସହ ୧୫ ବର୍ଷ ଲିଭ୍‌-ଇନ୍‌ରେ ରହିବା ପରେ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ତାଙ୍କ ବିବାହ କାର୍ଡରେ ତାଙ୍କ ୩ ପ୍ରେମିକାଙ୍କ ନାଁ ଲେଖା ହୋଇଥିଲା। ସେ ନିଜ ବିବାହରେ ଡ୍ୟାନ୍ସ ମଧ୍ୟ କରିଥିଲେ। ସମରଥ ୩ ସ୍ତ୍ରୀ ଏବଂ ୬ ସନ୍ତାନଙ୍କ ସହ ବେଶ୍‌ ଖୁସି ଅଛନ୍ତି। ବିବାହ ସମାରୋହରେ ସ୍ଥାନୀୟ ଲୋକେ ମଧ୍ୟ ଯୋଗ ଦେଇଥିଲେ।
ସମରଥଙ୍କ କହିବା ଅନୁଯାୟୀ, ୧୫ ବର୍ଷ ପୂର୍ବରୁ ସେ ବହୁତ ଗରିବ ଥିଲେ। ଏହି କାରଣରୁ ବିବାହ କରିପାରି ନ ଥିଲେ। ଏହି ସମୟରେ ମଧ୍ୟରେ ସେ ତିନି ଯୁବତୀଙ୍କ ପ୍ରେମ କରି ବସିଥିଲେ ଏବଂ ସେମାନଙ୍କ ଘରୁ ଉଠାଇ ଆଣି ଲିଭ୍‌-ଇନ୍‌ରେ ରହୁଥିଲେ। ତାଙ୍କ ୬ ସନ୍ତାନ ହେବାରେ ପରେ ଏବେ ସେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କ ବିବାହକୁ ସାମାଜିକ ସ୍ବୀକୃତି ମଧ୍ୟ ମିଳିଛି।
ଭାରତୀୟ ସମ୍ବିଧାନ ଅନୁଚ୍ଛେଦ ୩୪୨ ଅନୁଯାୟୀ ସମରଥଙ୍କ ବିବାହକୁ ବେଆଇନ୍‌ ବୋଲି ଧରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri