ସାମାନ୍ୟ ବଚସାରୁ ବୃଦ୍ଧଙ୍କୁ କରିଥିଲେ ହତ୍ୟା: ଏବେ ମିଳିଲା ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୪।୩(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ୨ୟ ଗଳିରେ ୨୦୨୩ ଡିସେମ୍ବର ୧୧ରେ ରଙ୍କ ସେଠୀ(୬୭)ଙ୍କ ନାମକ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିଲା। ଜିଲା ଦୌରା ଜଜ ରୂପଶ୍ରୀ ଚୌଧୁରୀ ଉକ୍ତ ହତ୍ୟା ମାମଲାର ଶୁଣାଣି ସୋମବାର କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ସେ ଅଭିଯୁକ୍ତ ନିମଖଣ୍ଡି ବଡ ସାହିର ହରିହର ସାହୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସାମାନ୍ୟ ବଚସା ଓ ଗାଳିକୁ କେନ୍ଦ୍ରକରି ରଙ୍କଙ୍କ ଉପରେ ରାଗ ସୁଝାଇବାକୁ ଚାହିଁଥିଲେ ହରିହର। ଘଟଣାଦିନ ବଢି ଭୋରରୁ ରଙ୍କ ଚା’ ପିଇବାକୁ ଯାଉଥିବା ବେଳେ ରାସ୍ତାରେ ତାଙ୍କୁ ହରିହର ଏକ ଛୁରିରେ ଭୁସି ହତ୍ୟା କରିଥିଲେ। ଅଭିଯୋଗ ପରେ ଟାଉନଥାନା ପୋଲିସ ଏସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଥିଲା। ଉକ୍ତ ଥାନାର ତତ୍କାଳୀନ ଏସଆଇ ତଥା ତଦନ୍ତକାରୀ ଅଧିକାରୀ ସିଲୁ ଧଳ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ମାମଲାର ବିଚାରଣାବେଳେ ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜସିଟ ଆଧାର ରେ ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର (ପିପି) ତ୍ରିଲୋଚନ ପରିଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri