୭ ବର୍ଷର ଶିଶୁକନ୍ୟାଙ୍କୁ କରିଥିଲେ ବଳାତ୍କାର, ମିଳିଲା ଏମିତି ଦଣ୍ଡ

ସମ୍ବଲପୁର,୨୩ା୭(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ୨୦୧୮ ମସିହାରେ ସଂଘଟିତ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଏହି ମାମଲାରେ ରାୟ ଦେଇ ଅଭିଯୁକ୍ତ ମହୁଲପାଲି ଥାନା ବିଲେଇଗଡ଼ ଗ୍ରାମର ଟେକଚାନ୍ଦ ରୋହିଦାସ(୩୩)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ମୋଟ ୧୭ ଜଣ ସାକ୍ଷୀ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଆଧାରରେ ବିଚାରପତି ସେନାପତି ଅଭିଯୁକ୍ତ ଟେକଚାନ୍ଦଙ୍କୁ ୧୫ ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନାଦେଶ କରିଛନ୍ତି। ଜରିମାନା ଅର୍ଥ ଅନାଦାୟ ଅଭିଯୁକ୍ତ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ବିଚାରପତି ପୀଡ଼ିତଙ୍କୁ କ୍ଷତିପୂରଣ ସହାୟତା ବାବଦକୁ ୭ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆାଇନ୍‌ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ ୨୦୧୮ ସେପ୍ଟେମ୍ବର ୧୩ ସନ୍ଧ୍ୟାରେ ବିଲେଇଗଡ଼ ଗ୍ରାମର ଟେକଚାନ୍ଦ ତାଙ୍କ ପଡ଼ୋଶୀଙ୍କ ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ଗଣେଶ ପୂଜା ଦେଖାଇବା ବାହାନାରେ ଘରୁ ଡାକି ନେଇଥିଲେ। ଝିଅକୁ ସାଇକେଲ୍‌ରେ ବସାଇ କିଛିବାଟ ଗଲା ପରେ ନଦୀକୂଳକୁ ନେଇ ବଳାତ୍କାର କରିଥିଲେ। ପାଟି ଶୁଣି ନଦୀକୁ ଶୌଚ ପାଇଁ ଯାଇଥିବା ପୀଡ଼ିତାଙ୍କ କାକି ଘଟଣାସ୍ଥଳରେ ପହଞ୍ଚତ୍ ଯିବାରେ ଟେକଚାନ୍ଦ ସେଠାରୁ ପଳାଇ ଯାଇଥିଲେ। ପୀଡ଼ିତାଙ୍କ ମାତାପିତା ୧୪ତାରିଖ ମହୁଲପାଲି ଥାନାରେ ଏ ନେଇ ଏତଲା ଦେଇଥିଲେ। ଏତଲା ଆଧାରରେ ଥାନରେ ଏକ ବଳାତ୍କାର ମାମଲା(ନଂ.୧୩୦/୧୮)ରୁଜୁ କରି ପୋଲିସ ଟେକଚାନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଚାର୍ଜଶିଟ୍‌ ଦାଖଲ ପରେ ପୋକ୍‌ସୋ ଅଦାଲତରେ ମାମଲାର ଶୁଣାଣି ଆରମ୍ଭ ହୋଇ ମଙ୍ଗଳବାର ଏହାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଥିଲା। ଅଦାଲତରେ ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri