୭ ବର୍ଷର ଶିଶୁକନ୍ୟାଙ୍କୁ କରିଥିଲେ ବଳାତ୍କାର, ମିଳିଲା ଏମିତି ଦଣ୍ଡ

ସମ୍ବଲପୁର,୨୩ା୭(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ୨୦୧୮ ମସିହାରେ ସଂଘଟିତ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଏହି ମାମଲାରେ ରାୟ ଦେଇ ଅଭିଯୁକ୍ତ ମହୁଲପାଲି ଥାନା ବିଲେଇଗଡ଼ ଗ୍ରାମର ଟେକଚାନ୍ଦ ରୋହିଦାସ(୩୩)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ମୋଟ ୧୭ ଜଣ ସାକ୍ଷୀ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଆଧାରରେ ବିଚାରପତି ସେନାପତି ଅଭିଯୁକ୍ତ ଟେକଚାନ୍ଦଙ୍କୁ ୧୫ ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନାଦେଶ କରିଛନ୍ତି। ଜରିମାନା ଅର୍ଥ ଅନାଦାୟ ଅଭିଯୁକ୍ତ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ବିଚାରପତି ପୀଡ଼ିତଙ୍କୁ କ୍ଷତିପୂରଣ ସହାୟତା ବାବଦକୁ ୭ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆାଇନ୍‌ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ ୨୦୧୮ ସେପ୍ଟେମ୍ବର ୧୩ ସନ୍ଧ୍ୟାରେ ବିଲେଇଗଡ଼ ଗ୍ରାମର ଟେକଚାନ୍ଦ ତାଙ୍କ ପଡ଼ୋଶୀଙ୍କ ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ଗଣେଶ ପୂଜା ଦେଖାଇବା ବାହାନାରେ ଘରୁ ଡାକି ନେଇଥିଲେ। ଝିଅକୁ ସାଇକେଲ୍‌ରେ ବସାଇ କିଛିବାଟ ଗଲା ପରେ ନଦୀକୂଳକୁ ନେଇ ବଳାତ୍କାର କରିଥିଲେ। ପାଟି ଶୁଣି ନଦୀକୁ ଶୌଚ ପାଇଁ ଯାଇଥିବା ପୀଡ଼ିତାଙ୍କ କାକି ଘଟଣାସ୍ଥଳରେ ପହଞ୍ଚତ୍ ଯିବାରେ ଟେକଚାନ୍ଦ ସେଠାରୁ ପଳାଇ ଯାଇଥିଲେ। ପୀଡ଼ିତାଙ୍କ ମାତାପିତା ୧୪ତାରିଖ ମହୁଲପାଲି ଥାନାରେ ଏ ନେଇ ଏତଲା ଦେଇଥିଲେ। ଏତଲା ଆଧାରରେ ଥାନରେ ଏକ ବଳାତ୍କାର ମାମଲା(ନଂ.୧୩୦/୧୮)ରୁଜୁ କରି ପୋଲିସ ଟେକଚାନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଚାର୍ଜଶିଟ୍‌ ଦାଖଲ ପରେ ପୋକ୍‌ସୋ ଅଦାଲତରେ ମାମଲାର ଶୁଣାଣି ଆରମ୍ଭ ହୋଇ ମଙ୍ଗଳବାର ଏହାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଥିଲା। ଅଦାଲତରେ ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?