Posted inଜାତୀୟ

ନିଜକୁ ଗୁଳି ମାରିଲେ ବ୍ୟକ୍ତି: ସୁଇସାଇଡ୍‌ ନୋଟ୍‌ ଭାଜପା ବିଧାୟକଙ୍କ ସମେତ ୬ ଜଣଙ୍କ ନାଁ

ବେଙ୍ଗାଲୁରୁ,୨।୧:କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଜଣେ ୪୭ ବର୍ଷୀୟ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଛାଡି ଦିଆଯାଇଥିବା ସୁଇସାଇଡ୍‌ ନୋଟ୍‌ରେ ମୃତ ବ୍ୟକ୍ତି ଜଣଙ୍କ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଅରବିନ୍ଦ ଲିମ୍ବାବାଲିଙ୍କ ସମେତ ୬ ଜଣ ତାଙ୍କ ମୃତ୍ୟୁ ପାଇଁ ଦାୟୀ ବୋଲି ଲେଖିଛନ୍ତି।
ଏସ୍‌ ପ୍ରଦୀପ ନାମକ ଏହି ବ୍ୟକ୍ତି ଜଣକ ୨୦୧୮ରେ ବେଙ୍ଗାଲୁରୁ କ୍ଲବରେ ୧.୨ କୋଟି ଟଙ୍କା ବିନିଯୋଗ କରିଥିଲେ। ଦୁଇଜଣ ବ୍ୟକ୍ତି ନୋଟରେ ତାଙ୍କ ନାମ ନେଇଥିଲେ। ସେ କ୍ଲବରେ କାମ କରିବା ପାଇଁ ଦରମା ସମେତ ପ୍ରତି ମାସରେ ତିନି ଲକ୍ଷ ଟଙ୍କା ଫେରସ୍ତ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ତେବେ ଟଙ୍କା ନେବା ପରେ ଗୋପି ଏବଂ ସୋମାୟା ନାମକ ଦୁଇଜଣ ବ୍ୟକ୍ତି ପ୍ରଦୀପଙ୍କୁ କିଛି ମାସ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ କରିବାକୁ ମନା କରିଦେଇଥିଲେ। ବହୁ ନିବେଦନ ପରେ ମଧ୍ୟ ପ୍ରଦୀପଙ୍କୁ ଟଙ୍କା ଫେରସ୍ତ କରି ନ ଥିଲେ। ତେଣୁ ପ୍ରଦୀପ ଏହି ପ୍ରସଙ୍ଗକୁ ଭାଜପା ବିଧାୟକ ଅରବିନ୍ଦ ଲିମ୍ବାବାଲିଙ୍କ ନିକଟକୁ ନେଇଥିଲେ। ପ୍ରଦୀପ ଟଙ୍କା ଫେରସ୍ତ ପାଇଁ ବିଧାୟକ ଉଭୟଙ୍କ ସହ କଥା ହୋଇଥିଲେ ମଧ୍ୟ ସେମାନେ କେବଳ ୯୦ ଲକ୍ଷ ଟଙ୍କା ଫେରସ୍ତ କରିବେ ବୋଲି କହିଥିଲେ। ଏହି କାରଣରୁ ପ୍ରଦୀପ ମାନସିକ ଚାପ ସହି ନ ପାରି ଆତ୍ମହତ୍ୟା କରିଥିଲେ।
ପୋଲିସର ସୂଚନାନୁସାରେ, ତାଙ୍କ କାରରେ ଆତ୍ମହତ୍ୟା ନୋଟ ମିଳିଥିଲା ଏବଂ ଏଥିରେ ଭାଜପା ବିଧାୟକଙ୍କ ସମେତ ୬ ଜଣଙ୍କ ନାମ ରହିଛି। ପୋଲିସ ଅଧିକାରୀମାନେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri