Posted inଜାତୀୟ

ବିହାର ମୁଖ୍ୟମନ୍ତ୍ରୀଙ୍କୁ ମିଳିଥିଲା ହତ୍ୟା ଧମକ: ସୁରଟରୁ ଗିରଫ ହେଲେ ଅଭିଯୁକ୍ତ

ପାଟନା,୨୨।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ସୁରଟରୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ମିଳିବା ପରେ ବିହାର ପୋଲିସ ସୁରଟ କ୍ରାଇମ ଶାଖାରୁ ସାହାଯ୍ୟ ମାଗିଥିଲା। କ୍ରାଇମବ୍ରାଞ୍ଚ ଲସ୍କାନାରୁ ଯୁବକଙ୍କୁ ଧରି ବିହାର ପୋଲିସକୁ ହସ୍ତାନ୍ତର କରିଛି। ଏହି ସମୟରେ ଅଭିଯୁକ୍ତଙ୍କୁ ଗଣମାଧ୍ୟମରୁ ଲୁଚାଇବାକୁ ଉଦ୍ୟମ କରାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଧମକ ଦେଇଥିବା ଅଭିଯୁକ୍ତଙ୍କ ନାମ ଅଙ୍କିତ ମିଶ୍ରା, ଯାହାର ବୟସ ୨୮ ବର୍ଷ ବୋଲି କୁହାଯାଉଛି। ବିହାର ପୋଲିସ ଟିମ୍‌ ଅଭିଯୁକ୍ତ ଅଙ୍କିତ ମିଶ୍ରାଙ୍କୁ ନେଇ ସୁରଟରୁ ପଳାଇ ଆସିଥିବା ବେଳେ ତାଙ୍କୁ ପାଟନା ଜିଲାର ସଚିବାଳୟ ପୋଲିସ ଷ୍ଟେସନକୁ ଅଣାଯିବ। ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିହାର ପୋଲିସକୁ ଧମକ ଦେବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏନେଇ ପଚରାଉଚରା କରାଯିିବ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ଅଙ୍କିତ ମିଶ୍ରା ମାର୍ଚ୍ଚ ୨୦ରେ ଇଣ୍ଟରନେଟ ମାଧ୍ୟମରେ ଏକ ମିଡିଆ ଚ୍ୟାନେଲ ସହ ଯୋଗାଯୋଗ କରିଥିଲେ ବୋଲି ଅନୁସନ୍ଧାନରୁ ଜଣାପଡିଛି। ଫୋନରେ ଅଭିଯୁକ୍ତମାନେ ୩୬ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବୋମାରେ ଉଡାଇଦେବାକୁ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri