ସ୍ବଚ୍ଛତାର ସହ ନିର୍ବାଚନ ପରିଚାଳନା କର

ବଇଣ୍ଡା,୧୧।୨(ଡି.ଏନ.ଏ.) ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବା ସହ ପଞ୍ଚାୟତ ନିର୍ବାଚନ କିଭଳି ସ୍ବଚ୍ଛ ଭାବେ ପରିଚାଳନା ହେବ ତାହାର ତଦାରଖ କରିଛନ୍ତି। ଜିଲାପାଳ ପ୍ରଥମେ ଆଠମଲ୍ଲିକ ବ୍ଲକ ପେଡିପଥରସ୍ଥିତ କନକେଇ ଉଚ୍ଚ ବିଦ୍ୟାଳୟର ନିର୍ମାଣାଧୀନ କୋଠରିକୁ ବୁଲି ଦେଖିଥିଲେ। ପରେ ଆଠମଲ୍ଲିକ ମହାବିଦ୍ୟାଳୟକୁ ଯାଇ ଷ୍ଟ୍ରଙ୍ଗ ରୁମ୍‌ ଓ ଭୋଟ ଗଣତି ଗୃହ ଯାଞ୍ଚ କରିଥିଲେ। ନିର୍ବାଚନ କିଭଳି ପରିଚାଳନା କରିବେ ସେ ନେଇ ଉପସ୍ଥିତ ସମସ୍ତ ସରକାରୀ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି କିଶୋରନଗର ବ୍ଲକ ଗସ୍ତରେ ଯାଇ ଜିଲାପାଳ କିଶୋରନଗର କଲେଜ ପରିସରରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍‌ ଓ ଭୋଟ ଗଣତି ଗୃହ ଯାଞ୍ଚ କରିଥିଲେ। ପରେ ବ୍ଲକ କାର୍ଯ୍ୟାଳୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ହୋଇଥିବା କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ସମସ୍ତ ନିର୍ବାଚନ ଅଧିକାରୀ କିଭଳି ସ୍ବଚ୍ଛ ଭାବେ କାର୍ଯ୍ୟ ପରିଚାଳନା କରିବେ ସେ ସମ୍ପର୍କରେ କହିଥିଲେ। ତାଙ୍କ ସହ ଆଠମଲ୍ଲିକ ଉପଜିଲାପାଳ ଲଲିତ ମୋହନ ବେହେରା, ଆଠମଲ୍ଲିକ ବିଡିଓ ସନ୍ତୋଷ କୁମାର ସାହୁ, କିଶୋରନଗର ବିଡିଓ ଡ. ସ୍ବରୂପା ନନ୍ଦ ସାହୁ, ଏବିଡିଓ ଜ୍ୟାତି ରଞ୍ଜନ ପ୍ରଧାନ, ତହସିଲଦାର ଶାନ୍ତି ସ୍ବରୂପ ମିଶ୍ର, ଆଇଆଇସି ଆନନ୍ଦ କୁମାର ଡୁଙ୍ଗଡୁଙ୍ଗ, କିଶୋରନଗର ମହାବିଦ୍ୟାଳୟ ଅଧ୍ୟକ୍ଷ ଅକ୍ଷୟ କୁମାର ଦାସ, କିଶୋରନଗର ବ୍ଲକ ଜିପିଓ ଶରତ ବିଶ୍ୱାଳଙ୍କ ସମେତ ବହୁ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri