ସ୍ବଚ୍ଛତାର ସହ ନିର୍ବାଚନ ପରିଚାଳନା କର

ବଇଣ୍ଡା,୧୧।୨(ଡି.ଏନ.ଏ.) ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବା ସହ ପଞ୍ଚାୟତ ନିର୍ବାଚନ କିଭଳି ସ୍ବଚ୍ଛ ଭାବେ ପରିଚାଳନା ହେବ ତାହାର ତଦାରଖ କରିଛନ୍ତି। ଜିଲାପାଳ ପ୍ରଥମେ ଆଠମଲ୍ଲିକ ବ୍ଲକ ପେଡିପଥରସ୍ଥିତ କନକେଇ ଉଚ୍ଚ ବିଦ୍ୟାଳୟର ନିର୍ମାଣାଧୀନ କୋଠରିକୁ ବୁଲି ଦେଖିଥିଲେ। ପରେ ଆଠମଲ୍ଲିକ ମହାବିଦ୍ୟାଳୟକୁ ଯାଇ ଷ୍ଟ୍ରଙ୍ଗ ରୁମ୍‌ ଓ ଭୋଟ ଗଣତି ଗୃହ ଯାଞ୍ଚ କରିଥିଲେ। ନିର୍ବାଚନ କିଭଳି ପରିଚାଳନା କରିବେ ସେ ନେଇ ଉପସ୍ଥିତ ସମସ୍ତ ସରକାରୀ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି କିଶୋରନଗର ବ୍ଲକ ଗସ୍ତରେ ଯାଇ ଜିଲାପାଳ କିଶୋରନଗର କଲେଜ ପରିସରରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍‌ ଓ ଭୋଟ ଗଣତି ଗୃହ ଯାଞ୍ଚ କରିଥିଲେ। ପରେ ବ୍ଲକ କାର୍ଯ୍ୟାଳୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ହୋଇଥିବା କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ସମସ୍ତ ନିର୍ବାଚନ ଅଧିକାରୀ କିଭଳି ସ୍ବଚ୍ଛ ଭାବେ କାର୍ଯ୍ୟ ପରିଚାଳନା କରିବେ ସେ ସମ୍ପର୍କରେ କହିଥିଲେ। ତାଙ୍କ ସହ ଆଠମଲ୍ଲିକ ଉପଜିଲାପାଳ ଲଲିତ ମୋହନ ବେହେରା, ଆଠମଲ୍ଲିକ ବିଡିଓ ସନ୍ତୋଷ କୁମାର ସାହୁ, କିଶୋରନଗର ବିଡିଓ ଡ. ସ୍ବରୂପା ନନ୍ଦ ସାହୁ, ଏବିଡିଓ ଜ୍ୟାତି ରଞ୍ଜନ ପ୍ରଧାନ, ତହସିଲଦାର ଶାନ୍ତି ସ୍ବରୂପ ମିଶ୍ର, ଆଇଆଇସି ଆନନ୍ଦ କୁମାର ଡୁଙ୍ଗଡୁଙ୍ଗ, କିଶୋରନଗର ମହାବିଦ୍ୟାଳୟ ଅଧ୍ୟକ୍ଷ ଅକ୍ଷୟ କୁମାର ଦାସ, କିଶୋରନଗର ବ୍ଲକ ଜିପିଓ ଶରତ ବିଶ୍ୱାଳଙ୍କ ସମେତ ବହୁ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri