୧୧୨ର ପରିଚାଳନା, ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ

କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ ଆପରାଧିକ ଘଟଣାଗୁଡ଼ିକର ତଦାରଖ କରିବା ସହ କରୋନା ଟିମ୍‌ ସ୍ବାସ୍ଥ୍ୟ ପରୀକ୍ଷା ଓ ଟିକାକରଣ ଇତ୍ୟାଦିର ସମୀକ୍ଷା କରିଥିଲେ। ସେହିପରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଯୋଜନା ପ୍ରସ୍ତୁତ କରିବା, ଡାଏଲ-୧୧୨ର ପରିଚାଳନା ଏବଂ ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହ ଇ-ଅଭିଯୋଗରେ ପଡ଼ିରହିଥିବା ବିଚାରାଧୀନ ମାମଲା, ତଦନ୍ତ ରେକର୍ଡର ଡିଜିଟାଲାଇଜେଶନ, ମୋବାଇଲ ପୋଲିସ ଏବଂ ପାସ୍‌ପୋର୍ଟ ଯାଞ୍ଚର ସମୀକ୍ଷା କରିଥିଲେ। ଏତଦ୍‌ବ୍ୟତୀତ ଡ୍ରଗ୍‌ସ ସମ୍ପର୍କିତ ପ୍ରାକ୍‌ ବିଚାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା, ଥାନାରେ ଜବତ ହୋଇ ପଡିରହିଥିବା ଗାଡିଗୁଡିକର ବ୍ୟବସ୍ଥାପନ କରିବାକୁ ଡିଜିପି କହିଥିଲେ।
ବିଚାର ପ୍ରକ୍ରିୟା ସମୟରେ ପୋଲିସ ସାକ୍ଷୀଙ୍କ ଉପସ୍ଥିତି ଓ ଜିନିଷପତ୍ରର ଯୋଗାଣ ଏବଂ କ୍ରୟ ଉପରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଛତିଶଗଡରେ ମାଓବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକ, କଟକ ଓ ରାଉରକେଲାର ରେଲଓ୍ବେ ଆରକ୍ଷୀ ଅଧୀକ୍ଷକ, ଭୁବନେଶ୍ୱର ଓ କଟକ ଡିସିପିଙ୍କ ସମେତ ସମସ୍ତ ରେଞ୍ଜର ଆଇଜି, ଡିଆଇଜି, କଟକ-ଭୁବନେଶ୍ୱର ପୋଲିସ କମିଶନରଙ୍କ ସହ ଡିଜିପି ଉପରୋକ୍ତ ବିଷୟରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଏସ୍‌ସିଆରବି ନିର୍ଦ୍ଦେଶକ, ଗୋଇନ୍ଦା ନିର୍ଦ୍ଦେଶକ, ଆଇଜି (ଅପରେଶନ), ଗୋଇନ୍ଦା ବିଭାଗ ଡିଆଇଜି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ହେଡକ୍ୱାର୍ଟର୍ସ), ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା), ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ କ୍ରାଇମବ୍ରାଞ୍ଚ, ଆଇଜି କ୍ରାଇମବ୍ରାଞ୍ଚ, ଆଇଜି (ପ୍ରୋଭିଜନିଂ), ଆଇଜି (କାର୍ମିକ) ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?