୧୧୨ର ପରିଚାଳନା, ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ

କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ ଆପରାଧିକ ଘଟଣାଗୁଡ଼ିକର ତଦାରଖ କରିବା ସହ କରୋନା ଟିମ୍‌ ସ୍ବାସ୍ଥ୍ୟ ପରୀକ୍ଷା ଓ ଟିକାକରଣ ଇତ୍ୟାଦିର ସମୀକ୍ଷା କରିଥିଲେ। ସେହିପରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଯୋଜନା ପ୍ରସ୍ତୁତ କରିବା, ଡାଏଲ-୧୧୨ର ପରିଚାଳନା ଏବଂ ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହ ଇ-ଅଭିଯୋଗରେ ପଡ଼ିରହିଥିବା ବିଚାରାଧୀନ ମାମଲା, ତଦନ୍ତ ରେକର୍ଡର ଡିଜିଟାଲାଇଜେଶନ, ମୋବାଇଲ ପୋଲିସ ଏବଂ ପାସ୍‌ପୋର୍ଟ ଯାଞ୍ଚର ସମୀକ୍ଷା କରିଥିଲେ। ଏତଦ୍‌ବ୍ୟତୀତ ଡ୍ରଗ୍‌ସ ସମ୍ପର୍କିତ ପ୍ରାକ୍‌ ବିଚାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା, ଥାନାରେ ଜବତ ହୋଇ ପଡିରହିଥିବା ଗାଡିଗୁଡିକର ବ୍ୟବସ୍ଥାପନ କରିବାକୁ ଡିଜିପି କହିଥିଲେ।
ବିଚାର ପ୍ରକ୍ରିୟା ସମୟରେ ପୋଲିସ ସାକ୍ଷୀଙ୍କ ଉପସ୍ଥିତି ଓ ଜିନିଷପତ୍ରର ଯୋଗାଣ ଏବଂ କ୍ରୟ ଉପରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଛତିଶଗଡରେ ମାଓବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକ, କଟକ ଓ ରାଉରକେଲାର ରେଲଓ୍ବେ ଆରକ୍ଷୀ ଅଧୀକ୍ଷକ, ଭୁବନେଶ୍ୱର ଓ କଟକ ଡିସିପିଙ୍କ ସମେତ ସମସ୍ତ ରେଞ୍ଜର ଆଇଜି, ଡିଆଇଜି, କଟକ-ଭୁବନେଶ୍ୱର ପୋଲିସ କମିଶନରଙ୍କ ସହ ଡିଜିପି ଉପରୋକ୍ତ ବିଷୟରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଏସ୍‌ସିଆରବି ନିର୍ଦ୍ଦେଶକ, ଗୋଇନ୍ଦା ନିର୍ଦ୍ଦେଶକ, ଆଇଜି (ଅପରେଶନ), ଗୋଇନ୍ଦା ବିଭାଗ ଡିଆଇଜି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ହେଡକ୍ୱାର୍ଟର୍ସ), ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା), ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ କ୍ରାଇମବ୍ରାଞ୍ଚ, ଆଇଜି କ୍ରାଇମବ୍ରାଞ୍ଚ, ଆଇଜି (ପ୍ରୋଭିଜନିଂ), ଆଇଜି (କାର୍ମିକ) ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri