ଜେସିବି ଧକ୍କାରେ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସାରା ରାତି ପଡ଼ି ରହିଲା ମୃତଦେହ, ୧୬ ଘଣ୍ଟା ପରେ ଉଦ୍ଧାର

ଅମରପାଲି,୧୯।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡ ଗ୍ରାମରେ ଗତ ସୋମବାର ରାତିରେ ଜେସିବି ଧକ୍କାରେ ଏକ କନଷ୍ଟ୍ରକସନ କମ୍ପାନୀର ମ୍ୟାନେଜରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ମୃତଦେହ ଉଦ୍ଧାର ପାଇଁ ପୋଲିସ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ ସେଠାରେ ଚାପା ଉତ୍ତେଜନା ଦେଖାଦେବାରୁ ମୃତଦେହ ଉଦ୍ଧାର ହୋଇପାରି ନ ଥିଲା। ଦୀର୍ଘ ୧୬ ଘଣ୍ଟା ମୃତଦେହ ପଡି ରହିବା ପରେ ମଙ୍ଗଳବାର ଦିନ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ପୋଲିସ ଉଦ୍ଧାର କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ମୃତକଙ୍କ ଭାଇ ରୋହନ କୁମାର ଭୁକ୍ତାଙ୍କ ଅଭିଯୋଗ ଆଧାରରେ ବୀରମହାରାଜପୁର ଥାନାରେ ( କେସ ନଂ ୨୩୯ /୨୫)ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୋଗ ଅନୁସାରେ ଅମରପାଲି ପୂର୍ତ୍ତ ବିଭାଗ ରାସ୍ତାରୁ ଗୌଡ଼ଗାଡ ଦେଇ ଠେଙ୍ଗୋ ଡ୍ୟାମ ପର୍ଯ୍ୟନ୍ତ ଆରଡି ବିଭାଗ ତରଫରୁ ରାସ୍ତା ନିର୍ମାଣ କାମ ହେଉଛି। ନୂଆପଡ଼ା( ଖରିଆର ରୋଡ) ଅଞ୍ଚଳର ଏକ କନଷ୍ଟ୍ରକସନ କମ୍ପାନୀକୁ ଏହାର ନିର୍ମାଣ କାମ ଦିଆଯାଇଛି। ଏହି କନଷ୍ଟ୍ରକସନ କମ୍ପାନୀରେ ମୃତକ ପପୁନ ଭୁକ୍ତା(୨୮) ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ସୋମବାର ଏକ ଜେସିବି ପପୁନଙ୍କୁ ତାଙ୍କ କ୍ୟାମ୍ପ ସମ୍ମୁଖରେ ଧକ୍କା ଦେବାରୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ ମଧ୍ୟ ମୃତକଙ୍କ ପରିବାର ଲୋକେ ଓ ସ୍ଥାନୀୟ ଲୋକେ ନିର୍ମାଣ ସଂସ୍ଥାର ମାଲିକ ଆସିବା ସହିତ ଜେସିବିକୁ ଜବତ ଓ ଡ୍ରାଇଭରକୁ ଗିରଫ ସହିତ କ୍ଷତି ପୂରଣ ଦାବି କରିଥିଲେ। ଫଳରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା। ବୀରମହାରାଜପୁରର ଏକ ପୋଲିସ ଟିମ ଆସି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ସାରାରାତି ଘଟଣାସ୍ଥଳରେ ମୃତଦେହ ପଡି ରହିଥିବା ବେଳେ ଲୋକେ ମୃତଦେହ ପାଖରେ ବସି ରହିଥିଲେ। ମଙ୍ଗଳବାର ସକାଳୁ ପୁଣି ପୋଲିସ ଲୋକଙ୍କୁ ବୁଝାସୁଝା କରିଥିଲା। ତେବେ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଲୋକେ ରାଜି ହେବା ପରେ ମୃତଦେହକୁ ବୀରମହାରାଜପୁରକୁ ନିଆଯାଇଥିଲା। ସେଠାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଜେସିବିକୁ ଜବତ କରିଛି। ଗ୍ରାମର ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ମୃତ ପପୁନ ମୁର୍ଷୁଣ୍ଢି ପଞ୍ଚାୟତ ଚୌକା ଗ୍ରାମର ଅଟନ୍ତି। ସେ ତାଙ୍କ ପରିବାରର ପାଞ୍ଚ ପୁଅ ମଧ୍ୟରୁ ସବୁଠୁ ସାନ ହୋଇଥିବା ବେଳେ ସେ ଅବିବାହିତ ଥିଲେ। ତେବେ ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସାଧାରଣରେ ଦାବି ହେଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri