ଜୁଏଲାରୀ ମାଲିକଙ୍କ ମାଡ଼ରେ ମ୍ୟାନେଜରଙ୍କ ମୃତ୍ୟୁ, ୩ ଗିରଫ

ଝାରସୁଗୁଡା ଅଫିସ,୧୫।୮: ଝାରସୁଗୁଡ଼ା ସହରରେ ଥିବା ଏକ ଜୁଏଲାରୀ ମାଲିକଙ୍କ ମାଡ଼ରେ ମ୍ୟାନେଜର ଗୁରୁତର ହୋଇ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଥିଲେ। ରବିବାର ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ମହେଶପଡା ଗ୍ରାମର ସୁରେଶ ପାଣ୍ଡେ। ଏ ନେଇ ମୃତକଙ୍କ ମା’ କୌଶଲ୍ୟାଙ୍କ ଅଭିଯୋଗକୁ ଭିତ୍ତିକରି ଝାରସୁଗୁଡ଼ା ଟାଉନ ଥାନା ପୋଲିସ (କେଶ ନଂ ୪୬୭/୨୨)୩୦୨ ଦଫାରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ ଚଳାଇଛି । ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଜୁଏଲାରୀ ମାଲିକ ନବନିତ ସରାଗୀ(୨୯), କର୍ମଚାରୀ ବନହରପାଲି ଗ୍ରାମର ମେଘନାଦ ପଟେଲ(୨୦) ଓ ବେହେରାପାଟ ଗ୍ରାମର ମହେନ୍ଦ୍ର କିଷାନ(୩୦)ଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲଣ କରିଛି।
ସୂଚନାଯୋଗ୍ୟ, ଜୁଏଲାରୀରେ ସୁରେଶ ମ୍ୟାନେଜର ଭାବେ କାମ କରୁଥିଲେ। ମ୍ୟାନେଜର ଷ୍ଟକରୁ ଧିରେଧିରେ ଅଳଙ୍କାର ଚୋରି କରୁଥିଲେ। ଫଳରେ ଯାଞ୍ଚ ପରେ ଷ୍ଟକ ସଟେଜ ଦେଖାଇଥିଲା । ଏହାର ତଦନ୍ତପରେ ମ୍ୟାନେଜର ସମ୍ପୃକ୍ତି ଥିବା ଜଣାପଡ଼ିଥିଲା। ପ୍ରାୟ ୪୩ ଲକ୍ଷ ଟଙ୍କା ମୂଲ୍ୟର ଗହଣା ଷ୍ଟକରୁ ଚୋରି କରି ମ୍ୟାନେଜର ପାଣ୍ଡେ ବିଭିନ୍ନ ବ୍ୟାଙ୍କରେ ବନ୍ଧକରଖି ଟଙ୍କା ଆଣି ଅନ୍‌ଲାଇନରେ ଜୁଆଖେଳି ସବୁଟଙ୍କା ହରାଇ ଦେଇଥିଲେ।
ଏ ସବୁ ଜଣାପଡିବା ପରେ ଜୁଏଲାରୀ ମାଲିକ ସମ୍ପୃକ୍ତ ମ୍ୟାନେଜରଙ୍କୁ ପୋଲିସରେ ନ ଦେଇ ନିଜେ ଆଇନକୁ ହାତକୁ ନେଇ କର୍ମଚାରୀମାନଙ୍କ ସହିତ ମିଶି ମ୍ୟାନେଜରଙ୍କୁ ଖାଇବାକୁ ନ ଦେଇ ନିସ୍ତୁକ ମାଡ ମାରି ରକ୍ତାକ୍ତ କରି ଦେଇଥିଲେ। ପରେ ଗୁରୁତର ଅବସ୍ଥାରେ ଟାଉନ ପୋଲିସଙ୍କୁ ଜିମା ଦେବାସହ ତାଙ୍କ ନାମରେ ଚୋରି ଅଭିଯୋଗ କରିଥିଲେ। ଜୁଏଲାରୀ ମାଲିକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଥିଲା। ଅନ୍ୟପକ୍ଷେ ପୋଲିସ ଗୁରୁତର ମ୍ୟାନେଜରଙ୍କୁ ଚିକିତ୍ସାପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri