ଜେସିବି ଧକ୍କାରେ ନିର୍ମାଣାଧୀନ ସଂସ୍ଥାର ମ୍ୟାନେଜର ମୃତ, ଗାଡ଼ି ଧରି ଚାଳକ ଫେରାର

ଅମରପାଲି,୧୮।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡଠାରେ ଗତ ରାତିରେ ଜେସିବି ଧକ୍କାରେ ଜଣେ ନିର୍ମାଣାଧୀନ ସଂସ୍ଥା ମ୍ୟାନେଜରଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ ଚୌକା ଗ୍ରାମର ନରହରି ଭୁକ୍ତାଙ୍କ ସାନପୁଅ ପପୁନ ଭୁକ୍ତା (୨୮) ବୋଲି ଜଣାପଡିଛି। ସୂଚନା ଅନୁସାରେ, ଅମରପାଲି ପୂର୍ତ୍ତ ବିଭାଗର ରାସ୍ତା ଠାରୁ ଗୌଡଗାଡ ଦେଇ ଠେଙ୍ଗୋ ଡ୍ୟାମ ପର୍ଯ୍ୟନ୍ତ ଆରଡି ବିଭାଗ ତରଫରୁ ରାସ୍ତା କାମ ହେଉଛି। ଏଥିପାଇଁ ଗୌଡ଼ଗାଡ ଗାଁ ମୁଣ୍ଡରେ ବନ୍ଦ ହୋଇଥିବା ଏକ ଢାବାରେ ଉକ୍ତ ନିର୍ମାଣଧୀନ ସଂସ୍ଥା ତାହାର କ୍ୟାମ୍ପ କରିଥିଲା। ସୋମବାର କାମ ସରିଲା ପରେ କ୍ୟାମ୍ପକୁ ସମସ୍ତେ ଆସିଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ ବୁଝାସୁଝା କରୁଥିବା ମ୍ୟାନେଜର ପପୁନ ଓଡି ୦୮ଜେ ୧୩୫୭ ନମ୍ବର ବିଶିଷ୍ଟ ନିଜ ବାଇକକୁ ରଖି କ୍ୟାମ୍ପ ଆଗରେ ବାଇକ ପାଖରେ ଠିଆ ହୋଇଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ କରୁଥିବା ଏକ ଜେସିବିକୁ ରଖିବାକୁ ଡ୍ରାଇଭର ଆଣୁଥିଲା। ଏହି ସମୟରେ ଜେସିବିଟି ଜୋର୍‌ରେ ଧକ୍କା ଦେଇଥିଲା। ଫଳରେ ପପୁନଙ୍କ ମୁଣ୍ଡ ଓ ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ସେଠାରେ କାମ କରୁଥିବା ଅନ୍ୟ ପିଲାମାନେ ଓ ଗ୍ରାମବାସୀ ଆସି ତୁରନ୍ତ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ଖବରପାଇ ହରିହର ଯୋର (ଠେଙ୍ଗୋ ଡ୍ୟାମ) ଫାଣ୍ଡି ଅଧିକାରୀ ବିଭୂନ୍ଦ୍ର ବରାଳ ତାଙ୍କ ଟିମ ସହିତ ଘଟଣାସ୍ଥଳକୁ ଆସି ତଦନ୍ତ ଆରମ୍ଭ କରିଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରାଯାଇ ପାରିନାହିଁ। ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳକୁ ଆସିଥିଲେ। ଉକ୍ତ ସ୍ଥାନରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଦୁର୍ଘଟଣା ଘଟାଇ ଥିବା ଜେସିବିକୁ ଧରି ଡ୍ରାଇଭର ଫେରାର ହୋଇଛି। ଜେସିବିଟି ଚାରମାଳ ଥାନା ବଡ଼ମାଳ ଫାଣ୍ଡି ଅଞ୍ଚଳର ବୋଲି ସେହି ନିର୍ମାଣାଧୀନ ସଂସ୍ଥାରେ କାମ କରୁଥିବା ଅନ୍ୟ ଯୁବକମାନେ ଅଭିଯୋଗ କରିଛନ୍ତି। ଖବରଲେଖା ଯିବା ପର୍ଯ୍ୟନ୍ତ ବୀରମହାରାଜପୁର ଥାନା ରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri