ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ୧୬ ଘଣ୍ଟା ହେଲା ପଡିରହିଛି ମୃତଦେହ

ଅମରପାଲି,୧୮।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡ ଠାରେ ଜେସିବି ଧକ୍କାରେ ଜଣେ ନିର୍ମାଣାଧୀନ ସଂସ୍ଥା ମ୍ୟାନେଜରଙ୍କ ଗତ ସୋମବାର ରାତି ୮ଟାରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୃତ୍ୟୁ ହେବାର ୧୬ ଘଣ୍ଟା ବିତିଯାଇଥିଲେ ମଧ୍ୟ ଘଟଣାସ୍ଥଳରେ ମୃତଦେହ ପଡ଼ିରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ ମଧ୍ୟ ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ପ୍ରତିବାଦ କରିବାରୁ ମୃତଦେହ ଉଦ୍ଧାର କରାଯାଇପାରିନାହିଁ। କ୍ଷତିପୂରଣ ସହିତ ଜେସିବି ଚାଳକକୁ ଗିରଫ କରିବାକୁ ଦାବି କରିବା ସହିତ ନିର୍ମାଣାଧୀନ ସଂସ୍ଥାର ମାଲିକ ଓ ଗାଡି ମାଲିକ ଘଟଣାସ୍ଥଳକୁ ଆସିବାକୁ ଦାବି କରି ପ୍ରତିବାଦ କରିଛନ୍ତି । ସ୍ଥାନୀୟ ଅଞ୍ଚଳର ଲୋକେ ଓ ପରିବାର ଲୋକେ ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢି ପଞ୍ଚାୟତର ଚୌକା ଗ୍ରାମର ନରହରି ଭୁକ୍ତାଙ୍କ ସାନପୁଅ ପପୁନ ଭୁକ୍ତା (୨୮)ଙ୍କ ଜେସିବି ଚାପାରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଅମରପାଲି ପୂର୍ତ୍ତ ବିଭାଗର ରାସ୍ତା ଠାରୁ ଗୌଡଗାଡ ଦେଇ ଠେଙ୍ଗୋ ଡ୍ୟାମ ପର୍ଯ୍ୟନ୍ତ ଆରଡି ବିଭାଗ ତରଫରୁ ରାସ୍ତା କାମ ହେଉଛି। ଏଥିପାଇଁ ଗୌଡ଼ଗାଡ ଗାଁ ମୁଣ୍ଡରେ ବନ୍ଦ ହୋଇଥିବା ଏକ ଢାବାରେ ଉକ୍ତ ନିର୍ମାଣାଧୀନ ସଂସ୍ଥା ତାହାର କ୍ୟାମ୍ପ କରିଥିଲା। ସୋମବାର କାମ ସରିଲା ପରେ କ୍ୟାମ୍ପକୁ ସମସ୍ତେ ଆସିଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ ବୁଝାସୁଝା କରୁଥିବା ମ୍ୟାନେଜର ପପୁନ ଓଡି ୦୮ଜେ ୧୩୫୭ ନମ୍ବର ବିଶିଷ୍ଟ ନିଜ ବାଇକକୁ ରଖି କ୍ୟାମ୍ପ ଆଗରେ ବାଇକ ପାଖରେ ଠିଆ ହୋଇଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ କରୁଥିବା ଏକ ଜେସିବିକୁ ମଧ୍ୟ ରଖିବାକୁ ଡ୍ରାଇଭର ଆଣୁଥିଲା। ଏହି ସମୟରେ ଜେସିବିଟି ଜୋର୍‌ରେ ଧକ୍କା ଦେଇଥିଲା। ଫଳରେ ପପୁନଙ୍କ ମୁଣ୍ଡ ଓ ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ଠେଙ୍ଗୋ ଡ୍ୟାମ ଫାଣ୍ଡି ଅଧିକାରୀ ବିଭୂନ୍ଦ୍ର ବରାଳ ଆସି ତଦନ୍ତ କରିଛନ୍ତି। ଦୁର୍ଘଟଣା ଘଟାଇଥିବା ଜେସିବିକୁ ଧରିବାକୁ ତନାଘନା ଚାଲିଥିବା ପୋଲିସ କହିଛି। ଦୁର୍ଘଟଣା ଘଟାଇଥିବା ଜେସିବିକୁ ଧରି ଡ୍ରାଇଭର ଫେରାର ହୋଇଛି। ଜେସିବିଟି ଚାରମାଳ ଥାନା ବଡ଼ମାଳ ଫାଣ୍ଡି ଅଞ୍ଚଳର ସୁନାମୁଦି ଗ୍ରାମର ବୋଲି ସେହି ନିର୍ମଣାଧୀନ ସଂସ୍ଥାରେ କାମ କରୁଥିବା ଅନ୍ୟ ଯୁବକମାନେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ବୀରମହାରାଜପୁର ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି। ତେବେ ଏଯାଏ ମୃତଦେହ ପଡି ରହିଥିବାରୁ ଗୌଡ଼ଗାଡ ଗ୍ରାମର ମନ୍ଦିରମାନଙ୍କରେ ପୂଜାପାଠ ହୋଇ ପାରୁ ନାହିଁ। ମୃତଦେହ ପଡ଼ିଥିବାରୁ ଗ୍ରାମର କହାରିଘରେ ରୋଷେଇ ମଧ୍ୟ କରି ପାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri