ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ: ଫିନାଇଲ ପିଇ ସାନ ଝିଅଙ୍କ ଆତ୍ମହତ୍ୟା ଉଦ୍ୟମ

ଲଖନପୁର,୨୫।୨୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲ୍‌ଙ୍କ ମଙ୍ଗଳବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଏନେଇ ତାଙ୍କ ଝିଅ ଝାରସୁଗୁଡା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗରେ ସେ ଦର୍ଶାଇଛନ୍ତି ବିଭାଗୀୟ ଉପରୋକ୍ତ ଅଧିକାରୀଙ୍କ ଚାପରେ ତାଙ୍କ ବାପାଙ୍କ ମୃତ୍ୟୁ ଘଟିଛି। ଏହାକୁ ଭିତିକରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ସହ ସମ୍ପୁକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମୃତକଙ୍କ ପରିବାର ଦାବି କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡୁନାହାନ୍ତି। ଏ ନେଇ ମୃତଦେହ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡିରହିଛି । ଅଦ୍ୟାବଧି କୌଣସି ବିଭାଗୀୟ ଅଧିକାରୀ ଚିକିତ୍ସାଳୟରେ ପହଞ୍ଚିନାହାନ୍ତି । ଯାହା ଫଳରେ ମୃତକଙ୍କ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।
ଅନ୍ୟପଟେ ବାପାଙ୍କ ମୃତ୍ୟୁରେ ସାନ ଝିଅ ଲକ୍ଷ୍ମୀପ୍ରୀୟା ଫିନାଇଲ ପିଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି । ତାଙ୍କୁ ଅସୁସ୍ଥ ଅବସ୍ଥାରେ ଚିକିତ୍ସା ପାଇଁ ହସ୍ପିପିଟାଲରେ ଭର୍ତ୍ତି କରାଯାଇଛି॥
ସୂଚନାଯୋଗ୍ୟ, ଅଭିଯୋଗରେ ପରିବାରଲୋକ ଦର୍ଶାଇଛନ୍ତି ଜିଲା ବନ ଉନ୍ନୟନ ନିଗମ ଡିଭିଜନାଲ ମ୍ୟାନେଜର ଦୀର୍ଘ ୧ବର୍ଷ ହେଲାଣି ବାସୁଦେବଙ୍କୁ ବିଭିନ୍ନ ସମୟରେ ଗାଳିଗୁଲଜ କରି ମାନସିକ ଯନ୍ତ୍ରଣା ଦେଉଥିଲେ । ଯାହା ଫଳରେସେ ସବୁବେଳେ ମାନସିକ ଚାପରେ ରହୁଥିଲେ। ଏଭଳି ସ୍ଥିତିରେ ବାସୁଦେବ ପ୍ରତିଦିନ ଭଳି ମଙ୍ଗଳବାର ଅଫିସକୁ ଯାଇଥିଲେ। ଅଫିସକୁ ଯିବା ପରେ ତାଙ୍କୁ ଉପରୋକ୍ତ ଅଧିକାରୀ କୌଣସି କାମରେ ତାଙ୍କ ବାସଭବନକୁ ଡାକିଥିଲେ । ସେଠାରେ ତାଙ୍କୁ ମାନସିକ ଯନ୍ତ୍ରଣା ଦେବା ପରେ ସେ ହଠାତ୍‌ ତଳେ ପଡିଯାଇଥିଲେ । ତାପରେ ବିଭାଗୀୟ କର୍ମଚାରୀମାନେ ତାଙ୍କୁ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri