ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର କୋ-ଅପରେଟିଭ ସୋସାଇଟି) ପର୍ଶୁରାମ ପାତ୍ର ଜାରି କରିଥିବା ଆଦେଶ ନଂ ୨୬୧୩/୧୭ ଅଗଷ୍ଟ ୨୦୨୬ ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଡିଆରସିଏସ ପର୍ଶୁରାମ ପାତ୍ରଙ୍କ ସୂଚନା ମୁତାବକ, ପରିଚାଳନା କମିଟି ବିରୋଧରେ ଏକାଧିକ ଅନିୟମିତତା ଅଭିଯୋଗ ରହିଥିଲା। ସମବାୟ ସମିତିରୁ ଋଣ ନେଇ ତାହା ଅସୁଲ କରିନଥିବା ଚାଷୀମାନଙ୍କୁ ଧାନ ବିକ୍ରି ନିମନ୍ତେ ନାମ ପଞ୍ଜିକରଣ କରିବାରୁ ବଞ୍ଚିତ କରିବା, କମିଟି ନିୟମିତ ଓ ଠିକ୍ ଭାବେ କାର୍ଯ୍ୟ ନ କରିବା, ସମୟାନୁସାରେ ଅଡିଟ୍ ରିପୋର୍ଟ ଉପସ୍ଥାପନ ନ କରିବା ଏବଂ ଆୟ-ବ୍ୟୟର ହିସାବ କିମ୍ବା ବଜେଟ୍ ଅନୁମୋଦନ ନ କରାଇବା ଆଦି ବିଭିନ୍ନ ଅବହେଳା ଓ ନିୟମ ଉଲ୍ଲଂଘନ କାରଣରୁ ଏହି ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି।

ଖୁବ୍ ଶୀଘ୍ର ଏହି ନିଲମ୍ବନ ଆଦେଶର କପି ସମ୍ପୃକ୍ତ ପରିଚାଳନା କମିଟିକୁ ପ୍ରଦାନ କରାଯିବ। ଏହା ସହିତ ସମବାୟ ସମିତିର ସମସ୍ତ କାର୍ଯ୍ୟାବଳୀ ଓ ପରିଚାଳନା ଦାୟିତ୍ୱ ସୁରୁଖୁରେ ଚାଲୁ ରଖିବା ପାଇଁ ଆନନ୍ଦପୁର ଏଆରସିଏସ (ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର କୋ-ଅପରେଟିଭ ସୋସାଇଟି) କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri