ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା

ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍‌ ୭.୨ ପ୍ରତିଶତ ବୃଦ୍ଧି ହୋଇଛି। ହରିୟାଣାରେ ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ସର୍ବାଧିକ ୩୭୪ ଟଙ୍କା ହୋଇଥିବାବେଳେ ନାଗାଲାଣ୍ଡରେ ସର୍ବନିମ୍ନ ୨୩୪ ଟଙ୍କା ରହିଥିବା କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି। ଲୋକ ସଭା ନିର୍ବାଚନ ଲାଗି ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ନିର୍ବାଚନ କମିଶନଙ୍କ ଅନୁମତି ପରେ ବୁଧବାର ମନ୍ତ୍ରଣାଳୟ ବିଜ୍ଞପ୍ତି ଜାରି କରିଥିଲା। ଗ୍ରାମାଞ୍ଚଳର ପରିବାରଗୁଡ଼ିକର ଜୀବିକା ସୁରକ୍ଷା ବଢ଼ାଇବା ଲକ୍ଷ୍ୟରେ ଅଣକୁଶଳୀ କାର୍ଯ୍ୟ କରିବାକୁ ଆଗ୍ରହୀ ପ୍ରତି ପରିବାରର ସାବାଳକ ସଦସ୍ୟଙ୍କୁ ବର୍ଷକୁ ୧୦୦ ଦିନ କାମ ଯୋଗାଇବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ଲକ୍ଷ୍ୟ। ଗତବର୍ଷର ମଜୁରି ହାର ଉପରେ ଏହି ବୃଦ୍ଧି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଗୋଆରେ ମଜୁରି ସର୍ବାଧିକ ୩୪ ଟଙ୍କା (୧୦.୬%) ବଢ଼ି ୩୫୬ ଟଙ୍କା ହୋଇଥିବାବେଳେ ଆନ୍ଧ୍ରପ୍ରଦେଶରେ ୨୮ ଟଙ୍କା ବୃଦ୍ଧି ପାଇ ଦୈନିକ ମଜୁରି ୩୦୦ ଟଙ୍କା ହୋଇଛି। ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ମଜୁରି ସର୍ବନିମ୍ନ ୭ ଟଙ୍କା ବଢ଼ି ୨୩୭ ଟଙ୍କା ହୋଇଛି। ପଶ୍ଚିମବଙ୍ଗରେ ମଜୁରି ୧୩ ଟଙ୍କା ବଢ଼ି ୨୫୦ ଟଙ୍କା ହୋଇଥିବାବେଳେ ତାମିଲନାଡୁରେ ୨୫ ଟଙ୍କା ବଢ଼ି ୩୧୯ ଟଙ୍କା ଏବଂ ତେଲଙ୍ଗାନାରେ ୨୮ ଟଙ୍କା ବଢ଼ି ୩୦୦ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri