ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କଲେ ମାନସ

ଭୁବନେଶ୍ୱର,୭।୨ (ଅନିଲ ଦାସ): ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ପାର୍ଲାମେଣ୍ଟରେ ବିଜେଡି ଦାବି କରିଛି। ବିଜୁ ଜନତା ଦଳର ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ମଙ୍ଗଳବାର ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି। ବଜ୍ରପାତ ଯୋଗୁ ଲୋକଙ୍କ ଜୀବନ ଯାଉଥିବାରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ତଥ୍ୟକୁ ଉପସ୍ଥାପନ କରି ଏହାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କରିଛନ୍ତି। ସେ କହିଛନ୍ତି, ଆଇଏମ୍‌ଡିର ତଥ୍ୟ ଅନୁସାରେ ବଜ୍ରପାତ ଯୋଗୁ ଦେଶରେ ପ୍ରତିବର୍ଷ ପ୍ରାୟ ୨୫୦୦ ଲୋକଙ୍କ ମୃତ୍ୟୁ ହେଉଛି। ଅନେକ ଲୋକ ପୋଡ଼ି ହେଉଥିବା ବେଳେ ମାଂସପେଶୀ ଆଘାତପ୍ରାପ୍ତ ହେବା ଦୃଷ୍ଟିକୁ ଆସୁଛି। ସେହିପରି ଶରୀରର ଅନେକ ଅଂଶ ମଧ୍ୟ କାମ କରି ନ ଥାଏ। ଏପରି କି ହୃଦ୍‌ଘାତ ଓ ହଠାତ ମୃତ୍ୟୁ ମଧ୍ୟ ଆସିଥାଏ। ସେମାନଙ୍କ ମଧ୍ୟରୁ ପ୍ରାୟ ୯୬% ହେଉଛନ୍ତି ଗ୍ରାମାଞ୍ଚଳର। ଯେଉଁମାନେ କି କୃଷକ, ଗୋରୁ ଚରାଳି, ମତ୍ସ୍ୟଜୀବୀ ଓ ଶ୍ରମିକ ଶ୍ରେଣୀର। ଶେଷ ବର୍ଷର ତଥ୍ୟ ଅନୁସାରେ ଓଡ଼ିଶାରେ ସର୍ବାଧିକ ବଜ୍ରପାତ ହୋଇଛି। ପାଣିପାଗ ପରିବର୍ତ୍ତନ ଓ ଅନ୍ୟ ସବୁ କାରଣରୁ ଓଡ଼ିଶାରେ ଅଧିକ ବଜ୍ରପାତ ହେଉଛି। ତେବେ ରାଜ୍ୟ ସରକାରଙ୍କ ପଦକ୍ଷେପ ଯୋଗୁ ୨୦୧୯-୨୦ ତୁଳନାରେ ୨୦୨୦-୨୧ରେ ଓଡ଼ିଶାରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା କମ୍‌ ହୋଇଛି। ୨୦୧୯-୨୦ରେ ୨୦୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୨୦-୨୧ରେ ଏହା ୧୫୬କୁ ଖସି ଆସଛି। ୨୦୧୫ ଏପ୍ରିଲ ପହିଲାରେ ବଜ୍ରପାତକୁ ରାଜ୍ୟ ସରକାର ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତିି। ବଜ୍ରପାତରେ ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେଉଛନ୍ତି। ତେବେ ବଜ୍ରପାତକୁ କେନ୍ଦ୍ର ସରକାର ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ କ୍ଷତିଗ୍ରସ୍ତ ପରିବାର ଅଧିକ ଉପକୃତ ହେବେ। ଅଧିକ ଆର୍ଥିକ ସହାୟତା ପାଇପାରିବେ। ଏଥିପାଇଁ ପଦକ୍ଷେପ ନିଆଯାଉ ବୋଲି ମାନସ ଦାବି କରିଛନ୍ତି। ଏଥିସହ ବଜ୍ରପାତ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରସ୍ତାବ ଦିଆଯାଇଛି। ବଜ୍ରପାତଜନିତ ମୃତ୍ୟୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଜଙ୍ଗଲ ଓ କୃଷି ବିଭାଗକୁ ବହୁଳ ପରିମାଣରେ ତାଳଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ଥାଇଲାଣ୍ଡ ଓ ବାଂଲାଦେଶ ବଜ୍ରପାତଜନିତ ମୃତ୍ୟୁ କମାଇବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri