ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କଲେ ମାନସ

ଭୁବନେଶ୍ୱର,୭।୨ (ଅନିଲ ଦାସ): ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ପାର୍ଲାମେଣ୍ଟରେ ବିଜେଡି ଦାବି କରିଛି। ବିଜୁ ଜନତା ଦଳର ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ମଙ୍ଗଳବାର ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି। ବଜ୍ରପାତ ଯୋଗୁ ଲୋକଙ୍କ ଜୀବନ ଯାଉଥିବାରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ତଥ୍ୟକୁ ଉପସ୍ଥାପନ କରି ଏହାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କରିଛନ୍ତି। ସେ କହିଛନ୍ତି, ଆଇଏମ୍‌ଡିର ତଥ୍ୟ ଅନୁସାରେ ବଜ୍ରପାତ ଯୋଗୁ ଦେଶରେ ପ୍ରତିବର୍ଷ ପ୍ରାୟ ୨୫୦୦ ଲୋକଙ୍କ ମୃତ୍ୟୁ ହେଉଛି। ଅନେକ ଲୋକ ପୋଡ଼ି ହେଉଥିବା ବେଳେ ମାଂସପେଶୀ ଆଘାତପ୍ରାପ୍ତ ହେବା ଦୃଷ୍ଟିକୁ ଆସୁଛି। ସେହିପରି ଶରୀରର ଅନେକ ଅଂଶ ମଧ୍ୟ କାମ କରି ନ ଥାଏ। ଏପରି କି ହୃଦ୍‌ଘାତ ଓ ହଠାତ ମୃତ୍ୟୁ ମଧ୍ୟ ଆସିଥାଏ। ସେମାନଙ୍କ ମଧ୍ୟରୁ ପ୍ରାୟ ୯୬% ହେଉଛନ୍ତି ଗ୍ରାମାଞ୍ଚଳର। ଯେଉଁମାନେ କି କୃଷକ, ଗୋରୁ ଚରାଳି, ମତ୍ସ୍ୟଜୀବୀ ଓ ଶ୍ରମିକ ଶ୍ରେଣୀର। ଶେଷ ବର୍ଷର ତଥ୍ୟ ଅନୁସାରେ ଓଡ଼ିଶାରେ ସର୍ବାଧିକ ବଜ୍ରପାତ ହୋଇଛି। ପାଣିପାଗ ପରିବର୍ତ୍ତନ ଓ ଅନ୍ୟ ସବୁ କାରଣରୁ ଓଡ଼ିଶାରେ ଅଧିକ ବଜ୍ରପାତ ହେଉଛି। ତେବେ ରାଜ୍ୟ ସରକାରଙ୍କ ପଦକ୍ଷେପ ଯୋଗୁ ୨୦୧୯-୨୦ ତୁଳନାରେ ୨୦୨୦-୨୧ରେ ଓଡ଼ିଶାରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା କମ୍‌ ହୋଇଛି। ୨୦୧୯-୨୦ରେ ୨୦୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୨୦-୨୧ରେ ଏହା ୧୫୬କୁ ଖସି ଆସଛି। ୨୦୧୫ ଏପ୍ରିଲ ପହିଲାରେ ବଜ୍ରପାତକୁ ରାଜ୍ୟ ସରକାର ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତିି। ବଜ୍ରପାତରେ ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେଉଛନ୍ତି। ତେବେ ବଜ୍ରପାତକୁ କେନ୍ଦ୍ର ସରକାର ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ କ୍ଷତିଗ୍ରସ୍ତ ପରିବାର ଅଧିକ ଉପକୃତ ହେବେ। ଅଧିକ ଆର୍ଥିକ ସହାୟତା ପାଇପାରିବେ। ଏଥିପାଇଁ ପଦକ୍ଷେପ ନିଆଯାଉ ବୋଲି ମାନସ ଦାବି କରିଛନ୍ତି। ଏଥିସହ ବଜ୍ରପାତ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରସ୍ତାବ ଦିଆଯାଇଛି। ବଜ୍ରପାତଜନିତ ମୃତ୍ୟୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଜଙ୍ଗଲ ଓ କୃଷି ବିଭାଗକୁ ବହୁଳ ପରିମାଣରେ ତାଳଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ଥାଇଲାଣ୍ଡ ଓ ବାଂଲାଦେଶ ବଜ୍ରପାତଜନିତ ମୃତ୍ୟୁ କମାଇବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri