ଫୋନ୍‌ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ

ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର ରାତିରେ ଏହି ଘଟଣା ଘଟିଥିବାବେଳେ ମାନସ ଆପାର୍ଟମେଣ୍ଟରୁ ଡେଇଁ ପଡୁଥିବା ଦୃଶ୍ୟ ସିସିଟିଭି ଫୁଟେଜରେ ଦେଖିବାକୁ ମିଳୁଛି। ସେ କିଛି ସମୟ ଧରି ଫୋନ୍‌ରେ କଥା ହୋଇ ଚାଲି ଚାଲି ଯିବା ସହ ୭ ମହଲାରୁ ଡେଇଁ ପଡୁଛନ୍ତି। ତେବେ ସେ କାହିଁକି ଏଭଳି ନିଷ୍ପତ୍ତି ନେଲେ ଓ ଆପାର୍ଟମେଣ୍ଟକୁ କାହାକୁ ଦେଖା କରିବାକୁ ଆସିଥିଲେ, ତାହାର ସଠିକ କାରଣ ଜଣାପଡି ନ ଥିବାବେଳେ ମୃତ୍ୟୁ ପୂର୍ବରୁ ସେ ତାଙ୍କ ଇନ୍‌ଷ୍ଟା ଆଇଡିରେ ‘ଆର ପାରିରେ ଦେଖା ହେବ’ ଲେଖି ପୋଷ୍ଟ କରିଥିବା ପୋଲିସ ଜାଣିବାକୁ ପାଇଛି। ତେବେ ଏହି ଲେଖା କାହା ଉଦ୍ଦେଶ୍ୟରେ ଲେଖା ହୋଇଛି ଓ କାହିଁକି ଏଭଳି ଲେଖିଛନ୍ତି ତାହାର ଠିକ ତଥ୍ୟ ପାଇଁ ପୋଲିସ ତାଙ୍କ ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କୁ ପଚରାଉଚରା କରୁଛି। ଏହାସହ ସେ ଡେଇଁବା ପୂର୍ବରୁ ତାଙ୍କ ଭଉଣୀଙ୍କୁ ଶେଷ କଲ୍‌ କରିଥିବା କୁହାଯାଉଛି। ଏଥିରୁ ମାନସ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିଲେ ମଧ୍ୟ ପୋଲିସ ପ୍ରକୃତ କାରଣ ପାଇବା ପାଇଁ ତଦନ୍ତକୁ ଜୋର୍‌ଦାର କରିଛି। ଅନ୍ୟପଟେ ପୋଲିସ କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବେଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପରିବାର ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧୧/୨୩) ରୁଜୁ କରି ଘଟଣାର ତଦନ୍ତ କରୁଛି। ଏହାସହ ଅନିରାଜ କାହା ସହ ଫୋନରେ କଥା ହେଉଥିଲେ ତାହାର ଯାଞ୍ଚ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନାଯୋଗ୍ୟ, ଅନିରାଜ ୟୁନିଟି-୬ ଗଙ୍ଗନଗରରେ ରହୁଥିଲେ। ତେବେ ତାଙ୍କ ପକେଟ୍‌ରୁ ମିଳିଥିବା ଆଇକାର୍ଡରୁ ସେ କଟକରେ ଥିବା ନ୍ୟାଶନାଲ ଲ ୟୁନିଭର୍ସିଟିରେ ପାଠ ପଢୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri