ଫୋନ୍‌ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ

ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର ରାତିରେ ଏହି ଘଟଣା ଘଟିଥିବାବେଳେ ମାନସ ଆପାର୍ଟମେଣ୍ଟରୁ ଡେଇଁ ପଡୁଥିବା ଦୃଶ୍ୟ ସିସିଟିଭି ଫୁଟେଜରେ ଦେଖିବାକୁ ମିଳୁଛି। ସେ କିଛି ସମୟ ଧରି ଫୋନ୍‌ରେ କଥା ହୋଇ ଚାଲି ଚାଲି ଯିବା ସହ ୭ ମହଲାରୁ ଡେଇଁ ପଡୁଛନ୍ତି। ତେବେ ସେ କାହିଁକି ଏଭଳି ନିଷ୍ପତ୍ତି ନେଲେ ଓ ଆପାର୍ଟମେଣ୍ଟକୁ କାହାକୁ ଦେଖା କରିବାକୁ ଆସିଥିଲେ, ତାହାର ସଠିକ କାରଣ ଜଣାପଡି ନ ଥିବାବେଳେ ମୃତ୍ୟୁ ପୂର୍ବରୁ ସେ ତାଙ୍କ ଇନ୍‌ଷ୍ଟା ଆଇଡିରେ ‘ଆର ପାରିରେ ଦେଖା ହେବ’ ଲେଖି ପୋଷ୍ଟ କରିଥିବା ପୋଲିସ ଜାଣିବାକୁ ପାଇଛି। ତେବେ ଏହି ଲେଖା କାହା ଉଦ୍ଦେଶ୍ୟରେ ଲେଖା ହୋଇଛି ଓ କାହିଁକି ଏଭଳି ଲେଖିଛନ୍ତି ତାହାର ଠିକ ତଥ୍ୟ ପାଇଁ ପୋଲିସ ତାଙ୍କ ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କୁ ପଚରାଉଚରା କରୁଛି। ଏହାସହ ସେ ଡେଇଁବା ପୂର୍ବରୁ ତାଙ୍କ ଭଉଣୀଙ୍କୁ ଶେଷ କଲ୍‌ କରିଥିବା କୁହାଯାଉଛି। ଏଥିରୁ ମାନସ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିଲେ ମଧ୍ୟ ପୋଲିସ ପ୍ରକୃତ କାରଣ ପାଇବା ପାଇଁ ତଦନ୍ତକୁ ଜୋର୍‌ଦାର କରିଛି। ଅନ୍ୟପଟେ ପୋଲିସ କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବେଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପରିବାର ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧୧/୨୩) ରୁଜୁ କରି ଘଟଣାର ତଦନ୍ତ କରୁଛି। ଏହାସହ ଅନିରାଜ କାହା ସହ ଫୋନରେ କଥା ହେଉଥିଲେ ତାହାର ଯାଞ୍ଚ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନାଯୋଗ୍ୟ, ଅନିରାଜ ୟୁନିଟି-୬ ଗଙ୍ଗନଗରରେ ରହୁଥିଲେ। ତେବେ ତାଙ୍କ ପକେଟ୍‌ରୁ ମିଳିଥିବା ଆଇକାର୍ଡରୁ ସେ କଟକରେ ଥିବା ନ୍ୟାଶନାଲ ଲ ୟୁନିଭର୍ସିଟିରେ ପାଠ ପଢୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏତଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri