ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ

ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ ୩ ଅଭିଯୁକ୍ତ ବୈକୁଣ୍ଠ ନାୟକ, ସ୍ବପ୍ନେଶ୍ୱର ନାୟକ ଏବଂ ଟୁଲୁ ବେହେରାଙ୍କ ରିମାଣ୍ଡ ଅବଧି ସରିବା ପରେ ପୋଲିସ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଛି। କଡ଼ା ସୁରକ୍ଷା ମଧ୍ୟରେ ପୋଲିସ ଏହି ୩ ଅଭିଯୁକ୍ତଙ୍କୁ ନେଇ ଡାକ୍ତରୀ ଚିକିତ୍ସା କରାଇବା ପରେ ଖୋର୍ଦ୍ଧା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିଥିଲା। ପରେ ସେମାନଙ୍କୁ ପୁଣି ଖୋର୍ଦ୍ଧା ସବ୍‌ଜେଲକୁ ଫେରାଇ ନିଆଯାଇଛି। ଅନ୍ୟପକ୍ଷରେ ମାନବବାଦ ସଙ୍ଗଠନ ତଥା ରାଷ୍ଟ୍ରୀୟ ସାମାଜିକ ନ୍ୟାୟ ମଞ୍ଚର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ପଚରାଉଚରା ଲାଗି ରିମାଣ୍ଡରେ ଆଣିବା ପାଇଁ ପୋଲିସ ପ୍ରକ୍ରିୟା ଆରମ୍ଭ କରିିଛି। ଏନେଇ ଖୋର୍ଦ୍ଧା ସଦର ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର କହିଛନ୍ତି, ମାନସ ଓ ମନୋରଞ୍ଜନଙ୍କୁ ରିମାଣ୍ଡରେ ଅଣାଯିବା ନେଇ ଯୋଜନା ରହିଛି। ତେବେ ଏ ସଂକ୍ରାନ୍ତରେ ଏପର୍ଯ୍ୟନ୍ତ କିଛି ଚୂଡ଼ାନ୍ତ ହୋଇନାହିଁ।
ଅନ୍ୟପଟେ ମାନସଙ୍କ ଓକିଲ ଶରତ ଚନ୍ଦ୍ର ମାନସିଂ କହିଛନ୍ତି, ସତ୍ୟବ୍ରତ ନାୟକ ହତ୍ୟାକାଣ୍ଡରେ ଗିରଫ ମାନସଙ୍କ ସମେତ ୭ ଅଭିଯୁକ୍ତ ତଳକୋର୍ଟରେ କରିଥିବା ଜାମିନ ଆବେଦନ ନାମଞ୍ଜୁର ହୋଇଯାଇଛି। ଏହାପରେ ଶୁକ୍ରବାର ଅତିରିକ୍ତ ଜିଲା ଦୌରାଜଜ୍‌-୧ଙ୍କ କୋର୍ଟରେ ପୁନଃ ଜାମିନ ଆବେଦନ କରାଯାଇଛି। ଏହାର ଶୁଣାଣି ସେପ୍ଟେମ୍ବର ୧୩ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri