ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ

ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ ୩ ଅଭିଯୁକ୍ତ ବୈକୁଣ୍ଠ ନାୟକ, ସ୍ବପ୍ନେଶ୍ୱର ନାୟକ ଏବଂ ଟୁଲୁ ବେହେରାଙ୍କ ରିମାଣ୍ଡ ଅବଧି ସରିବା ପରେ ପୋଲିସ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଛି। କଡ଼ା ସୁରକ୍ଷା ମଧ୍ୟରେ ପୋଲିସ ଏହି ୩ ଅଭିଯୁକ୍ତଙ୍କୁ ନେଇ ଡାକ୍ତରୀ ଚିକିତ୍ସା କରାଇବା ପରେ ଖୋର୍ଦ୍ଧା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିଥିଲା। ପରେ ସେମାନଙ୍କୁ ପୁଣି ଖୋର୍ଦ୍ଧା ସବ୍‌ଜେଲକୁ ଫେରାଇ ନିଆଯାଇଛି। ଅନ୍ୟପକ୍ଷରେ ମାନବବାଦ ସଙ୍ଗଠନ ତଥା ରାଷ୍ଟ୍ରୀୟ ସାମାଜିକ ନ୍ୟାୟ ମଞ୍ଚର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ପଚରାଉଚରା ଲାଗି ରିମାଣ୍ଡରେ ଆଣିବା ପାଇଁ ପୋଲିସ ପ୍ରକ୍ରିୟା ଆରମ୍ଭ କରିିଛି। ଏନେଇ ଖୋର୍ଦ୍ଧା ସଦର ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର କହିଛନ୍ତି, ମାନସ ଓ ମନୋରଞ୍ଜନଙ୍କୁ ରିମାଣ୍ଡରେ ଅଣାଯିବା ନେଇ ଯୋଜନା ରହିଛି। ତେବେ ଏ ସଂକ୍ରାନ୍ତରେ ଏପର୍ଯ୍ୟନ୍ତ କିଛି ଚୂଡ଼ାନ୍ତ ହୋଇନାହିଁ।
ଅନ୍ୟପଟେ ମାନସଙ୍କ ଓକିଲ ଶରତ ଚନ୍ଦ୍ର ମାନସିଂ କହିଛନ୍ତି, ସତ୍ୟବ୍ରତ ନାୟକ ହତ୍ୟାକାଣ୍ଡରେ ଗିରଫ ମାନସଙ୍କ ସମେତ ୭ ଅଭିଯୁକ୍ତ ତଳକୋର୍ଟରେ କରିଥିବା ଜାମିନ ଆବେଦନ ନାମଞ୍ଜୁର ହୋଇଯାଇଛି। ଏହାପରେ ଶୁକ୍ରବାର ଅତିରିକ୍ତ ଜିଲା ଦୌରାଜଜ୍‌-୧ଙ୍କ କୋର୍ଟରେ ପୁନଃ ଜାମିନ ଆବେଦନ କରାଯାଇଛି। ଏହାର ଶୁଣାଣି ସେପ୍ଟେମ୍ବର ୧୩ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri