ମାନସଙ୍କୁ ମିଳିଲା ଭତ୍ତା

ପରଜଙ୍ଗ, ୧୮।୭(ଡି.ଏନ.ଏ.) – ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଛି ଏକ ମାସର ଭତ୍ତା ଟଙ୍କା ଏବଂ ବହି। ଏହାପରେ ‘ଧରିତ୍ରୀ’କୁ ଧନ୍ୟବାଦ ଜଣାଇଛନ୍ତି ମାନସଙ୍କ ପରିବାର।
ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ବସନ୍ତପଡା ବାଲିସାହିର ମଦନ ଖିଲରଙ୍କ ପୁଅ ମାନସ (୩୨) ଜନ୍ମରୁ ମୂକ ଏବଂ ବଧିର। ଦୀର୍ଘ ୧୪ବର୍ଷ ହେଲା ଭତ୍ତା ଖଣ୍ଡିଏ ପାଇଁ ୨୦ରୁ ଊର୍ଦ୍ଧ୍ୱ ଥର ଆବେଦନ କରି ସେ ନିରାଶ ହୋଇଥିଲେ। ଏ ସମ୍ପର୍କରେ ଗତ ୧୩ ତାରିଖରେ ‘ଧରିତ୍ରୀ’ରେ ‘ହକ୍‌ ପାଇଁ ୧୪ ବର୍ଷର ଲଢ଼େଇ’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ମାନସଙ୍କୁ ଦିବ୍ୟାଙ୍ଗ ଭତ୍ତା ତାଲିକାରେ ସାମିଲ କରିବାକୁ ତତ୍ପରତା ଦେଖାଇଥିଲା ବ୍ଲକ ପ୍ରଶାସନ। ବିଡିଓ ବସନ୍ତ କୁମାର ମଲ୍ଲିକଙ୍କ ନିର୍ଦ୍ଦେଶରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାର ପ୍ରଭାସ ଚନ୍ଦ୍ର ସାମନ୍ତରାୟ ଏବଂ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ବାନାମ୍ବର ନାୟକ ମାନସଙ୍କ ଘରେ ପହଞ୍ଚତ୍ ସମସ୍ତ ପ୍ରମାଣପତ୍ର ସଂଗ୍ରହ କରିଥିଲେ। ୧୫ ତାରିଖରେ ଭତ୍ତା ମଞ୍ଜୁର କରିବା ଲାଗି ସମସ୍ତ କାଗଜପତ୍ର ଉପଜିଲାପାଳଙ୍କ ନିକଟକୁ ପଠାଇଥିଲେ। ସେହି ଦିନ ହିଁ ଉପଜିଲାପାଳଙ୍କ ପତ୍ରସଂଖ୍ୟା ୩୧୮୪ ଅନୁଯାୟୀ ଭତ୍ତା ମଞ୍ଜୁର କରି ବ୍ଲକ କାର୍ଯ୍ୟାଳୟକୁ ପଠାଇ ଦେଇଥିଲେ। ୧୬ ତାରିଖରେ ବ୍ଲକ ପ୍ରଶାସନ ଭତ୍ତାବହି ଏବଂ ଟଙ୍କାକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିରୁଦ୍ଧ ମହାଭୋଇଙ୍କୁ ପ୍ରଦାନ କରିଥିଲେ। ୧୭ ତାରିଖରେ ପିଇଓ ମାନସଙ୍କ ଘରକୁ ଯାଇ ଜୁଲାଇ ମାସର ଭତ୍ତା ବାବଦ ୭୦୦ ଟଙ୍କା ଏବଂ ବହି ପ୍ରଦାନ କରିଥିବା ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?