ମାନସ ସ୍ବାଇଁ ହତ୍ୟା ଘଟଣା: ସିଲ୍‌ ହେଲା ‘ଦୟାଲ’ ବୃଦ୍ଧାଶ୍ରମ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌ ରବିବାର ଭୁବନେଶ୍ୱରସ୍ଥିତ ‘ଦୟାଲ’ ବୃଦ୍ଧାଶ୍ରମକୁ ସିଲ୍‌ କରିଛି। ଏହି ଆଶ୍ରମରୁ କିଛି ସୁରାଗ କ୍ରାଇମବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି।

ଆଶ୍ରମରୁ କିଛି କାଠଫାଳିଆ ଜବତ କରାଯାଇଥିବା ଜଣାଯାଇଛି। ମାନସଙ୍କୁ ହତ୍ୟା କରିବାରେ ଏହି କାଠ ଫାଳିଆ ବ୍ୟବହୃତ ହୋଇଛି କି ନାହିଁ ଜାଣିବାକୁ ଫରେନସିକ୍‌ ଟେଷ୍ଟ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ଏହାସହ ଥ୍ରୀ ଡି କ୍ୟାମେରା ଯୋଗେ କିଛି ଫିଙ୍ଗରପ୍ରିଣ୍ଟ ଓ ଫୁଟେଜ ସଂଗ୍ରହ କରାଯାଇଛି।

ଆଜି ସକାଳେ କେୟାରଟେକରଙ୍କୁ ସାଙ୍ଗରେ ନେଇ କ୍ରାଇମବ୍ରାଞ୍ଚ ଟିମ୍‌ ଦୟାଲ ଆଶ୍ରମ ଯାଇଥିଲା। ଫରେନସିକ ଟିମ୍‌, ଏମ୍ସର ଡାକ୍ତରୀ ଦଳ ଓ ଏକ୍ସପର୍ଟ ଟିମ୍‌ ମଧ୍ୟ ତଦନ୍ତରେ ସାମିଲ ହୋଇଥିଲେ। ସେଠାରେ ଦୀର୍ଘ ସମୟ ଛାନ୍‌ଭିନ୍‌ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍‌। ପରେ ଏହି ଆଶ୍ରମକୁ ସିଲ୍‌ କରିଥିଲା।

ସୂଚନାଯୋଗ୍ୟ, ମାନସଙ୍କୁ ଅପହରଣ ପରେ ଆଶ୍ରମରେ ଆଣି ରଖାଯାଇଥିଲା। ଏଠାରେ ମାନସଙ୍କୁ ହତ୍ୟା କରିବା ପରେ କାର୍‌ରେ ନିଆଯାଇ ନୟାଗଡ଼ର ରଣପୁରରେ ପୋତି ଦିଆଯାଇଥିଲା। ଶନିବାର ଚାନ୍ଦବାଲି ଥାନା ଓ ଅପହରଣସ୍ଥଳ ପଳାସପୁରକୁ ଯାଇ କ୍ରାଇମବ୍ରାଞ୍ଚ ଟିମ୍‌ ମଧ୍ୟ ଛାନ୍‌ଭିନ୍‌ କରିଥିଲା। କ୍ରାଇମବ୍ରାଞ୍ଚର ଆଉ ଏକ ଟିମ୍‌ ଶର୍ମିଷ୍ଠାଙ୍କୁ ଖୋଜିବା ପାଇଁ ରାଜ୍ୟ ବାହାରକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri