ମାନସ ସ୍ବାଇଁ ହତ୍ୟା ମାମଲା: ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନ ଖାରଜ

ଭଦ୍ରକ ଅଫିସ, ୨୬।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇଥିବା ପୂର୍ବତନ ସୂଚନା ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନକୁ ଭଦ୍ରକ ଜିଲା ଜଜ୍‌ ଖାରଜ କରି ଦେଇଛନ୍ତି।
ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା ଗୋଡ଼ିପୋଖରୀ ଗାଁର ମାନସ ସ୍ବାଇଁ ଭୁବନେଶ୍ୱରରେ ଶର୍ମିଷ୍ଠା ରାଉତଙ୍କ ଏକ ଓ୍ବେବ ପୋର୍ଟାଲରେ କ୍ୟାମେରାମ୍ୟାନ ଭାବେ କାମ କରୁଥିଲେ। ସେଠାରେ କାମ କରିବାର କିଛି ଦିନ ପରେ ଚାକିରି ଛାଡ଼ି ଦେଇଥିଲେ। ଚାକିରି ଛାଡ଼ିବା ବେଳେ ମାନସ କିଛି ଗୁପ୍ତ ତଥ୍ୟ ଥିବା ମେମୋରି ଚିପ ନେଇଯାଇଥିବା ଅଭିଯୋଗ ହୋଇଥିଲା। ଯାହାକୁ ଫେରାଇବା ପାଇଁ ଶର୍ମିଷ୍ଠା ମାନସଙ୍କୁ କହିଥିଲେ। କିନ୍ତୁ ମାନସ ତାଙ୍କୁ ଦେଇ ନ ଥିଲେ। ଏହା ପରଠାରୁ ସବୁଦିନ ପାଇଁ ମାନସଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ ଶର୍ମିଷ୍ଠା।
ଯୋଜନା ମୁତାବକ ମାନସ ଚାନ୍ଦବାଲିରୁ ଫେରୁଥିବା ବେଳେ ତାଙ୍କୁ ଏକ କାର୍‌ରେ ଅପହରଣ କରି ଭୁବନେଶ୍ୱର ଆଣିଥିଲେ। ସେଠାରେ ମାନସଙ୍କୁ ହତ୍ୟା କରି ପରେ ନୟାଗଡ଼ ଯିବା ରାସ୍ତାରେ ମୃତଦେହକୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ପୋତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri