ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ସହ ଜଣେ ହୋମ୍ଗାର୍ଡ ମଧ୍ୟ ଏହି ମାମଲାରେ ସମ୍ପୃକ୍ତ ଥିବା ସୂଚନା ମିଳିଛି।
ଏଏସଆଇ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା। ଏହି କାର୍ଯ୍ୟାନୁଷ୍ଠାନ ସମୟରେ ସହଯୋଗ କରୁଥିବା ଜଣେ ହୋମ୍ଗାର୍ଡ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଟିମ୍ ଉଭୟଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଲାଞ୍ଚ ଟଙ୍କା ଜବତ କରିଛି।