ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ

ନିରାକାରପୁର,୧୫ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୮ହଜାର ୯୬୩ ହେକ୍ଟର ଚାଷଜମି ରହିଥିବା ବେଳେ ୭ ହଜାର ୫୦୦ ହେକ୍ଟର ଚାଷ ଜମି ଚାଷ ଉପେଯାଗୀ ରହିଛି। ଉକ୍ତ ବ୍ଲକରେ ପ୍ରାୟ ୬୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ତେବେ ଏଠାରେ ଧାନ ଚାଷ ପରେ ନଦୀ ନିକଟବର୍ତ୍ତି ଅଞ୍ଚଳବାସୀ ପନିପରିବା, ବାଦାମ ଓ ମୁଗ ଚାଷ କରିଥାନ୍ତି। ଏହି ଚାଷ ପ୍ରାୟ ୨୫ ଭାଗ ଜମିରେ ହେଉଥିବା ବେଳେ ଏବେ ଜଳସେଚନ ସୁବିଧା ନ ଥିବାରୁ ଜମିଗୁଡିକ ପଡିଆ ପଡିଥିବା ଦେଖିବାକୁ ମିଳିଛି। ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ୧୯୮୧ ଡିସେମ୍ବର ୨୧ରେ ରାମେଶ୍ୱର ସ୍ଥିତ ମନ୍ଦାକିନୀ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରିଥିଲେ।
ଏହି ବ୍ୟାରେଜରୁ ବିଲକୁ କିଭଳି ପାଣି ଭଲରେ ଯାଇପାରିବ ସେଥିପାଇଁ କେନାଲ କରାଯାଇଥିଲା। ଯାହାଦ୍ୱାରା ରାମେଶ୍ୱର, ନିରାକାରପୁର, ଡିଆ, ଲେଣ୍ଡୋ, ନୂଆଗଡ ପଞ୍ଚାୟତର ଚାଷୀମାନେ ଉପକୃତ ହୋଇପାରିବେ। ତେବେ ସବୁ ସୁବିଧା କରାଯାଇଥିବା ସତ୍ତ୍ୱେ ବିଲକୁ ପାଣି ଯାଇପାରୁନାହିଁ। ଏହି ବ୍ୟାରେଜ ଥାଇ ମଧ୍ୟ ଚାଷୀଙ୍କ କାର୍ଯ୍ୟରେ ଆସିପାରୁନାହିଁ। ଫଳରେ ନଦୀ ଏବଂ କେନାଲ ପାର୍ଶ୍ୱରେ ଥିବା ଜମିଗୁଡିକ ପଡିଆ ପଡିରହିଛି ା
ଚାଷୀ ଡମ୍ବୁରଧର ପରିଡା କୁହନ୍ତି, ୨୦ ମାଣ ଚାଷଜମି ରହଥିବା ବେଳେ ପ୍ରାୟ ଜମି କେନାଲ ପାଖରେ ରହିଛି। ପାଣି ନ ଆସିବାରୁ ବହୁ ଜମି ପଡିଆ ପଡୁଛି। ଅଧିକ ଟଙ୍କା ଖର୍ଚ୍ଚ କରି କେବଳ ଧାନ ଫସଲ କରୁଛି। ପ୍ରଶାସନ ପକ୍ଷରୁ କେହି ଦେଖିବାକୁ ନ ଆସିବାରୁ ବର୍ଷ ବର୍ଷ ଧରି କେନାଲ ସଫା ହେଉନି। ଚେକଡ୍ୟାମ ଗୁଡିକ ମଧ୍ୟ ମରାମତି ହେଉନାହିଁ। ତୁରନ୍ତ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି। ସେହିପରି ଚାଷୀ ରବୀନ୍ଦ୍ର କୁମାର ମାଝି କୁହନ୍ତି, ପାଣି ଠିକ୍‌ ସମୟରେ ନ ଆସିବାରୁ ଚାଷ ପ୍ରତି ଆଗ୍ରହ କମିଯାଉଛି। ସରକାର ଏଥିପ୍ରତି ଦୃଷ୍ଟି ଦେବା ଜରୁରୀ ହୋଇପଡ଼ିଛି। ଠିକ୍‌ ସମୟରେ ପାଣି ଯୋଗାଇ ଦେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri